ରାସ୍ତାରେ ବିପଦପୂର୍ଣ୍ଣ ରାତ୍ରିଯାପନ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟରେ ନିରାଶ୍ରିତଙ୍କ ପାଇଁ କୌଣସି ସୁବିଧା ନ ଥିବାରୁ ରାତିରେ ଯିବା ଆସିବା କରୁଥିବା ବା ବସକୁ ଅପେକ୍ଷା କରୁଥିବା ଲୋକେ ରାସ୍ତାକଡ଼ରେ ଶୋଉଛନ୍ତି। ବର୍ଷା, ଶୀତ କାକରରେ ବିପଦପୂର୍ଣ୍ଣ ଭାବେ ରାତି କାଟିବାକୁ ପଡୁଛି। ମଶାମାଛିଙ୍କ ପାଦୁର୍ଭାବ ତଥା କୁକୁର ଓ ଅସାମାଜିକଙ୍କ ଦୌରାତ୍ମ ଲାଗି ରହୁଥିବାରୁ ରାତି କାଟୁଥିବା ଲୋକମାନେ ଭୟ ଓ ଆଶଙ୍କାରେ ରହୁଛନ୍ତି।
ପ୍ରକାଶ ଯେ, କେନ୍ଦୁଝର ମୁଖ୍ୟାଳୟରେ ପୌରପାଳିକା ବସ୍‌ଷ୍ଟାଣ୍ଡ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ପ୍ରାୟ ୫ କି.ମି. ଦୂର ପୁରୁଣା ସହରରେ ରହିଛି। ତେବେ ସେଠାକୁ ଦିନ କିମ୍ବା ରାତିରେ ଘରୋଇ ବସ୍‌ ଯାଉ ନ ଥିବାରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଛକ ଆଖପାଖ ବସ୍‌ଷ୍ଟାଣ୍ଡ ପାଲଟିଛି। ବିଶେଷ କରି ରାତିରେ ସବୁ ବସ୍‌ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଯିବାଆସିବା କରିଥାନ୍ତି। ବସ ଫେଲ ହୋଇଗଲେ, ବସ ନ ଆସିଲେ ଓ ଦୂରଦୂରାନ୍ତର ଲୋକ ରାତିରେ ଓହ୍ଲାଇଲେ ଆଶ୍ରୟ ନେବାକୁ କୌଣସି ବ୍ୟବସ୍ଥା ନାହିଁ। ପୁରୁଣା ସହରରେ ଥିବା ଆଶ୍ରୟ ଗୃହକୁ ଯାତ୍ରୀମାନେ ରାତିରେ ଯିବା ପାଇଁ କୌଣସି ବ୍ୟବସ୍ଥା ନାହିଁ। ଏଣୁ ସୁରକ୍ଷା ଦୃଷ୍ଟି କୋଣରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଟ୍ରାଫିକ ଛକ ଓ ରାସ୍ତା କଡ଼ରେ ରାତ୍ରୀଯାପନ କରିବାକୁ ବାଧ୍ୟ ହୋଇଥାନ୍ତି। ସ୍ନାନ ଶୌଚ କରିବାରେ ବିଶେଷ କରି ମହିଳାମାନଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ସହରରେ ଆଶ୍ରୟ ସ୍ଥଳ ପ୍ରତିଷ୍ଠା କରିବାକୁ ଦାବି ହୋଇ ଆସୁଥିଲେ ହେଁ କରାଯାଉ ନ ଥିବାରୁ ଅସନ୍ତୋଷ ଦେଖାଦେଉଥିବା ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ କହିଛନ୍ତି। ଏଣୁ ସରକାରୀ ବସ୍‌ଷ୍ଟାଣ୍ଡକୁ ଉନ୍ନତି କରିବା ସହ ଏହାର ପରିସରରେ ବା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଆଶ୍ରୟସ୍ଥଳ ନିର୍ମାଣ କରାଯାଉ ବୋଲି ଦାବି କରିଛନ୍ତି। ଅନ୍ୟପକ୍ଷେ ପ୍ରାୟ ୭ କୋଟି ଟଙ୍କା ବ୍ୟୟରେ ପୌରପାଳିକା ବସ୍‌ଷ୍ଟାଣ୍ଡ ନିର୍ମାଣ ହୋଇଥିଲେ ହେଁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ କାହାରି ଆନ୍ତରିକତା ନାହିଁ। ଫଳରେ ସହରର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ବସ୍‌ଷ୍ଟାଣ୍ଡ ଗଢ଼ି ଉଠି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛି। ଏ ନେଇ ପଦକ୍ଷେପ ନେବାକୁ ପୂର୍ବତନ ପୌରାଧ୍ୟକ୍ଷ ପ୍ରଭଞ୍ଜନ ପଟ୍ଟନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri