ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଆମେରିକାରେ ଗୁଳିକାଣ୍ଡ..

ଓ୍ବାଶିଂଟନ,୩।୭ : ଆମେରିକାରେ ଏବେ ଗୁଳିକାଣ୍ଡ ସାଧାରଣ ଘଟଣା ପାଲଟିଛି। ଜୁଲାଇ ୪ରେ ଆମେରିକାରେ ସ୍ବାଧୀନତା ଦିବସ ପାଳନ କରାଯିବ। ଏହାର ଗୋଟିଏ ଦିନ ପୂର୍ବରୁ ଦେଶର ବିଭିନ୍ନ ସ୍ଥାନରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୭ ଜଣ ଆହତ ହୋଇଛନ୍ତି।

ଆମେରିକାର ବଲ୍ଟିମୋର ସହରରେ ଏକ ପାର୍ଟି ଚାଲିଥିବା ସମୟରେ ଗୁଳି କାଣ୍ଡରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ୨୮ ଜଣ ଆହତ ହୋଇଛନ୍ତି। ସେହିପରି ରବିବାର ସକାଳେ କାନସାସ ସହରରେ ଘଟିଥିବା ଗୁଳିକାଣ୍ଡରେ ଦଳା ଚକଟାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ଆହତ ହୋଇଥିଲେ।

ପୋଲିସ ଅଧିକାରୀଙ୍କ କହିବାନୁସାରେ, ଆହତଙ୍କ ମଧ୍ୟରୁ ତିନି ଜଣଙ୍କ ଅବସ୍ଥା ଗୁରୁତର ରହିଛି। ବଲ୍ଟିମୋର ପୋଲିସ ବିଭାଗର କାର୍ଯ୍ୟନିର୍ବାହୀ କମିଶନର ରିଚାର୍ଡ ୱର୍ଲି ଗଣମାଧ୍ୟମକୁ କହିଛନ୍ତି ଗୁଳି ବିନିମୟରେ ମୋଟ ୩୦ ଆହତ ହୋଇଥିବା ଜଣାପଡିଛି।

ରିଚାର୍ଡ ୱର୍ଲିଙ୍କ ଅନୁଯାୟୀ, ସହରର ଦକ୍ଷିଣ ଭାଗରେ ଥିବା ବ୍ରୁକଲିନ ହୋମର ଏକ ବ୍ଲକ ପାର୍ଟିରେ ରାତି ପ୍ରାୟ ୧୨ ଟା ୩୦ ସମୟରେ ଏହି ଗୁଳି କାଣ୍ଡ ଘଟିଥିଲା। ବଲ୍ଟିମୋରର ପୋଲିସ କମିଶନର କହିଛନ୍ତି ଏହି ଘଟଣାରେ ଆହତଙ୍କ ମଧ୍ୟରୁ ଅତି କମରେ ୨୦ ଜଣ ନିଜେ ଡାକ୍ତରଖାନା ଯାଇଥିଲେ। ନଅ ଜଣଙ୍କୁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରଖାନାର ମୁଖପାତ୍ର କହିଛନ୍ତି ମେଡଷ୍ଟାର ହାରବର୍‌ ହସ୍ପିଟାଲର ଜରୁରୀକାଳୀନ କୋଠରୀରେ ୧୯ ଜଣ ପୀଡିତଙ୍କୁ ଚିକିତ୍ସା କରାଯାଉଛି। ଏଥି ସହିତ ନଅ ଜଣ ଗୁରୁତର ଆହତଙ୍କ ଅବସ୍ଥା ସ୍ଥିର ହେବା ପରେ ସେମାନଙ୍କୁ ବଲ୍ଟିମୋର ଟ୍ରମା କେନ୍ଦ୍ରକୁ ପଠାଯାଇଛି।

ଗୁଳି କାଣ୍ଡ ପରେ ବଲ୍ଟିମୋର ମେୟର ବ୍ରେଣ୍ଡନ ସ୍କଟ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ସମୟରେ ସେ ପଳାତକ ଆକ୍ରମଣକାରୀଙ୍କୁ ଖୋଲା ଚେତାବନୀ ଦେଇ କହିଥିଲେ ଆକ୍ରମଣକାରୀ ନ ମିଳିବା ପର୍ଯ୍ୟନ୍ତ ଆମେ ବିଶ୍ରାମ ନେବୁ ନାହିଁ। ଏହା ସହିତ ମେୟର ସ୍କଟ ମଧ୍ୟ ଆକ୍ରମଣକାରୀଙ୍କ ବିଷୟରେ ସୂଚନା ବାଣ୍ଟିବାକୁ ଲୋକଙ୍କୁ ନିବେଦନ କରିଛନ୍ତି। ବର୍ତ୍ତମାନ ଆକ୍ରମଣକାରୀ ଫେରାର ଅଛନ୍ତି। ଏପର୍ଯ୍ୟନ୍ତ କାହାକୁ ଗିରଫ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri