ଦିନକ ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୮।୧୨: ଆସନ୍ତା ୨୯ ତାରିଖ (ଗୁରୁବାର)ରେ ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ଷ୍ଟାଣ୍ଡ ସମେତ ୩୧୩ କୋଟି ଟଙ୍କାରେ ନିର୍ମାଣ କରାଯାଇଥିବା ପ୍ରକଳ୍ପର ଲୋକାର୍ପଣ ହେବ। ଅନୁଗୋଳ ଷ୍ଟାଡିୟମ୍‌ରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଥିବାବେଳେ ପ୍ରଶାସନ ପକ୍ଷରୁ ମଞ୍ଚରୁ ହେଲିପ୍ୟାଡ୍‌ ଯାଏ ଜୋର୍‌ଦାର ପ୍ରସ୍ତୁତି ଚାଲିଛି।
ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର ହିତାଧିକାରୀ ୨୪୨ କୋଟିର ଋଣ ପ୍ରଦାନ କରିବେ। ଏଥିସହ ତାଳଚେର ହେଲ୍‌ଥ କରିଡର, ଇଣ୍ଟିଗ୍ରେଟ୍‌ ଟ୍ରାଫିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ, ପାଲଲହଡ଼ାର ୩୦ ଶଯ୍ୟା ବିଶିଷ୍ଟ ଏମ୍‌ସିଏଚ୍‌ ବିଲ୍ଡିଂ, ଆଠମଲ୍ଲିକ ବ୍ଲକରେ ବିଭିନ୍ନ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ। ଏଥିସହ ଅନୁଗୋଳ, ବଅଁରପାଳ ବ୍ଲକର ୩୦ ପଞ୍ଚାୟତକୁ ପାଇପ ପାଣି ଯୋଗାଣ, ବ୍ରାହ୍ମଣୀ ବ୍ରିଜ୍‌, ବ୍ରାହ୍ମଣୀ ସେତୁ ଉପରେ ଆଇଆଇଏସ୍‌, ୫୬୬ ବିଦ୍ୟାଳୟର ଉନ୍ନତୀକରଣ, ୮ଟି ଯୁକ୍ତ୨ ମହାବିଦ୍ୟାଳୟର ରୂପାନ୍ତରଣ, ଅନୁଗୋଳ ଓ ତାଳଚେର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ଦଳୀୟ କର୍ମୀମାନେ ଉତ୍ସାହିତ ହୋଇପଡ଼ିଛନ୍ତି। ନବୀନଙ୍କ ଫଟୋ, ପୋଷ୍ଟର, ବିଜେଡି ପତାକାରେ ସହର ଛାଇଯାଇଛି।
ଅନ୍ୟପଟେ ଉକ୍ତ ଦିନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କ ମଧ୍ୟ ଗସ୍ତ କାର୍ଯ୍ୟକ୍ରମ ରହିଛି। ୩ କେନ୍ଦ୍ରମନ୍ତ୍ରୀ ନୂତନ ରେଳ ଲାଇନ୍‌, ନୂତନ ଟ୍ରେନ୍‌ ଶୁଭାରମ୍ଭ, ରାଣୀଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗଦେବେ। ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ଏବଂ ୩ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ଟା ୫୦ରେ ଥିବାବେଳେ ଏହା ପରେ କେନ୍ଦ୍ରମନ୍ତ୍ରୀମାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri