ଦିନକ ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଅଫିସ, ୨୮।୧୨: ଆସନ୍ତା ୨୯ ତାରିଖ (ଗୁରୁବାର)ରେ ଅନୁଗୋଳ ଜିଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିବାବେଳେ ଏହି ଅବସରରେ ସେ ୧,୪୯୨ କୋଟି ଟଙ୍କା ବ୍ୟୟରେ ପ୍ରସ୍ତାବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ବହୁ ପ୍ରତୀକ୍ଷିତ ବସ୍‌ଷ୍ଟାଣ୍ଡ ସମେତ ୩୧୩ କୋଟି ଟଙ୍କାରେ ନିର୍ମାଣ କରାଯାଇଥିବା ପ୍ରକଳ୍ପର ଲୋକାର୍ପଣ ହେବ। ଅନୁଗୋଳ ଷ୍ଟାଡିୟମ୍‌ରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଉଥିବାବେଳେ ପ୍ରଶାସନ ପକ୍ଷରୁ ମଞ୍ଚରୁ ହେଲିପ୍ୟାଡ୍‌ ଯାଏ ଜୋର୍‌ଦାର ପ୍ରସ୍ତୁତି ଚାଲିଛି।
ମୁଖ୍ୟମନ୍ତ୍ରୀ ବିଭିନ୍ନ ବର୍ଗର ହିତାଧିକାରୀ ୨୪୨ କୋଟିର ଋଣ ପ୍ରଦାନ କରିବେ। ଏଥିସହ ତାଳଚେର ହେଲ୍‌ଥ କରିଡର, ଇଣ୍ଟିଗ୍ରେଟ୍‌ ଟ୍ରାଫିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ, ପାଲଲହଡ଼ାର ୩୦ ଶଯ୍ୟା ବିଶିଷ୍ଟ ଏମ୍‌ସିଏଚ୍‌ ବିଲ୍ଡିଂ, ଆଠମଲ୍ଲିକ ବ୍ଲକରେ ବିଭିନ୍ନ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ। ଏଥିସହ ଅନୁଗୋଳ, ବଅଁରପାଳ ବ୍ଲକର ୩୦ ପଞ୍ଚାୟତକୁ ପାଇପ ପାଣି ଯୋଗାଣ, ବ୍ରାହ୍ମଣୀ ବ୍ରିଜ୍‌, ବ୍ରାହ୍ମଣୀ ସେତୁ ଉପରେ ଆଇଆଇଏସ୍‌, ୫୬୬ ବିଦ୍ୟାଳୟର ଉନ୍ନତୀକରଣ, ୮ଟି ଯୁକ୍ତ୨ ମହାବିଦ୍ୟାଳୟର ରୂପାନ୍ତରଣ, ଅନୁଗୋଳ ଓ ତାଳଚେର ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ଦଳୀୟ କର୍ମୀମାନେ ଉତ୍ସାହିତ ହୋଇପଡ଼ିଛନ୍ତି। ନବୀନଙ୍କ ଫଟୋ, ପୋଷ୍ଟର, ବିଜେଡି ପତାକାରେ ସହର ଛାଇଯାଇଛି।
ଅନ୍ୟପଟେ ଉକ୍ତ ଦିନ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଜୋଷୀଙ୍କ ମଧ୍ୟ ଗସ୍ତ କାର୍ଯ୍ୟକ୍ରମ ରହିଛି। ୩ କେନ୍ଦ୍ରମନ୍ତ୍ରୀ ନୂତନ ରେଳ ଲାଇନ୍‌, ନୂତନ ଟ୍ରେନ୍‌ ଶୁଭାରମ୍ଭ, ରାଣୀଗୁଡ଼ା କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗଦେବେ। ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ଏବଂ ୩ କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଶାନ୍ତିଶୃଙ୍ଖଳା ରକ୍ଷା କରିବା ପ୍ରଶାସନ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ତେବେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପୂର୍ବାହ୍ନ ୧୦ଟା ୫୦ରେ ଥିବାବେଳେ ଏହା ପରେ କେନ୍ଦ୍ରମନ୍ତ୍ରୀମାନଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା...

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ...

ଆନ୍ଧ୍ରର ଅନୁପ୍ରବେଶ: ମାଗଣା ସ୍ବାସ୍ଥ୍ୟ ଶିବିର ବନ୍ଦ କଲା ପୋଲିସ

ପଟ୍ଟାଙ୍ଗି,୮।୫(ଶରତ ଧଳ): ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ନେଇ ସମସ୍ତ ସରକାରୀ ଅଧିକାରୀ ନିଜ ନିଜର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି। ଏହାର ସୁଯୋଗ ଉଠାଇ...

ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବଡ ସଫଳତା:୯ ମାଓବାଦୀଙ୍କ ଆତ୍ମସମର୍ପଣ

ବୌଦ୍ଧ,୮।୫(ଅଜିତ କୁମାର ବାରିକ ): ନିର୍ବାଚନ ପୁର୍ବରୁ ବୌଦ୍ଧ ପୋଲିସକୁ ବୁଧବାର ବଡ ସଫଳତା ମିଳିଛି। ଗତ କିଛି ଦିନ ତଳେ ବୌଦ୍ଧ ପୋଲିସ ଦ୍ୱାରା...

ବଢ଼ିଲା ଅନୁଭବଙ୍କ ଅଡୁଆ

କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ...

ବାଲେଶ୍ୱର କଂଗ୍ରେସରେ ଫାଟ, ଶ୍ରୀକାନ୍ତଙ୍କୁ ବିରୋଧ କରି ଦଳ ଛାଡିଲେ ବଡ଼ ନେତା

ନୀଳଗିରି,୮।୫: ବାଲେଶ୍ୱର କଂଗ୍ରେସରେ ଫାଟ। କଂଗ୍ରେସ ଛାଡିଛନ୍ତି ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ର୍ନିବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri