ବୈତରଣୀ ପଠାରୁ ମିଳିଲା ଜଣେ ବ୍ୟକ୍ତିଙ୍କ ମୃତଦେହ

ଆନନ୍ଦପୁର,୪ା୧(ସ୍ବ.ପ୍ର.): ଆନନ୍ଦପୁର ବୈତରଣୀ ବ୍ୟାରେଜ ନିକଟ ପଠାରେ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି। ମୃତକ ଜଣକ ହେଲେ ଆନନ୍ଦପୁର ପୌରପରିଷଦ ପଦ୍ମପୁର ୧ ନଂ ଓ୍ବାର୍ଡର ଘଣ୍ଟିଆ ସାମଲଙ୍କ ପୁଅ ଶରତ(୪୨) ବୋଲି ଜଣାପଡିଛି। ଶରତଙ୍କ ନିକଟରେ ପଡ଼ିଥିବା ବିଷ ବୋତଲ ଓ ପାଟିରୁ ବାହାରିଥିବା ଫେଣକୁ ଆଧାର କରି ଏହା ଏକ ଆତ୍ମହତ୍ୟା ଜନିତ ମୃତ୍ୟୁ ବୋଲି ଜଣାପଡ଼ିଛି। ତେବେ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛି। ଶରତଙ୍କ ମୃତ୍ୟୁକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଥିବା ବେଳେ ଆତ୍ମହତ୍ୟା କରିବାର କାରଣ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ପୋଲିସ ପକ୍ଷରୁ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri