ଚିକିଟି,୧୩।୭(ପ୍ରକାଶ ଚନ୍ଦ୍ର ସାହୁ)ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନପୁର ଗ୍ରାମ ନିକଟରେ ଥିବା ବାହୁଦା ନଦୀରେ ବୁଧବାର ସକାଳେ ମାଛ ମଡ଼କ ଦେଖିବାକୁ ମିଳିଛି। ନଦୀକୂଳରେ ପ୍ରାୟ ୫ କିମି ଯାଏ ମଲାମାଛ ଦେଖିବାକୁ ମିଳିଛି। ଗ୍ରାମବାସୀଙ୍କ କହିବା ପ୍ରକାରେ, ସମୁଦ୍ରକୁ ମତ୍ସ୍ୟଜୀବୀମାନେ ଶତାଧିକ ଡଙ୍ଗାଧରି ମାଛ ମାରିବାକୁ ଯାଇଥାନ୍ତି। କୂଳକୁ ଆସିବା ପରେ ବିକ୍ରି ନ ହେବାରୁ ଏହି ମାଛକୁ ଫିଙ୍ଗିଦେଇଥିବା ସନ୍ଦେହ କରୁଛନ୍ତି। ଅପରପକ୍ଷରେ ସମୁଦ୍ରକୂଳ ଅଞ୍ଚଳରେ ବହୁ ହଜାର ହେକ୍ଟର ଜମିରେ ବେଆଇନ ଚିଙ୍ଗୁଡ଼ି ଚାଷ କରି ବର୍ଜ୍ୟବସ୍ତୁ ନଦୀକୁ ଛଡାଯିବା ଫଳରେ ଜଳ ପ୍ରଦୂଷିତ ହୋଇ ଏହି ମାଛଗୁଡ଼ିକର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ଏନେଇ ଜିଲା ମତ୍ସ୍ୟ ଅଧିକାରୀ କହିଛନ୍ତି, ତଦନ୍ତ ପରେ ମାଛ ମଡ଼କ ନା କୌଣସି କାରଣରୁ ବିଷାକ୍ତ ହୋଇ ମାଛ ମରିଛନ୍ତି ତାହା ଜଣାପଡିବ। ସୂଚନାଯୋଗ୍ୟ, ଗତ କିଛିଦିନ ତଳେ ବିଶାଖାପାଟଣା ବେଳାଭୂମିରେ ଏପରି ମାଛମଡ଼କ ଦେଖିବାକୁ ମିଳିଥିଲା। ଦୁଇମାସ ପୂର୍ବରୁ ମଧ୍ୟ ସୁନପୁର ବାହୁଦାନଦୀରେ ମାଛମଡ଼କ ଦେଖିବାକୁ ମିଳିଥିଲା।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା
କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ରାଜ୍ୟର ପରିସ୍ଥିତି…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର
ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP
ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
Archives

