ଠିକା କାମ ବିବାଦକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ

ଲୋଇସିଂହା,୬ା୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରିସରରେ ୨ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଠିକାବିବାଦରୁ ଏପରି କାଣ୍ଡ ଘଟିଥିବା ଜଣାଯାଇଛି। ଲୋଇସିଂହା ଥାନା ବାବିବାହାଲ ଗ୍ରାମର ସୁନୀଲ ବାଶ(୩୭) ଏବଂ ହରଭଙ୍ଗା ଗ୍ରାମର ବିଜୟ କୁମାର ବିଶ୍ୱାଳ ଆକ୍ରମଣର ଶିକାର ହୋଇଛନ୍ତି। ବିଜୟଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଲୋଇସିଂହାରେ ପ୍ରାଥମିକ ଚିକିତ୍ସା ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସୁନୀଲଙ୍କ ଅଭିଯୋଗ କ୍ରମେ ଲୋଇସିଂହା ପୋଲିସ ଯାଇ ଛାନ୍‌ଭିନ ଚଳାଇଛି।

ଅଭିଯୋଗରୁ ପ୍ରକାଶ ଯେ, ଠିକାକାମକୁ ନେଇ ସୁନୀଲ ଏବଂ ସ୍ଥାନୀୟ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀଙ୍କ ମଧ୍ୟରେ ବିବାଦ ଲାଗି ରହିଛି। ବୁଧବାର ଉଭୟ ପକ୍ଷ ବ୍ଲକ ପରିସରରେ ଯୁକ୍ତିତର୍କ ହୋଇଥିଲେ। ମାତ୍ର ଗୁରୁବାର ଅପରାହ୍ନରେ ସୁନୀଇ ବ୍ଲକ ପରିସରରେ ଥିଲେ। ସୁନୀଲ ବ୍ଳକ କାର୍ଯ୍ୟାଳୟରୁ ଏମ୍‌ଇଏନ୍‌ଆର୍‌ଇଜିଏସ୍‌ ବିଭାଗକୁ ଯାଉଥିବା ବାଟରେ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ, ସରପଞ୍ଚଙ୍କ ଭଣଜା କଅଗାଁ ଗ୍ରାମର ରମାକାନ୍ତ ମିଶ୍ର, ଭଲିଆମୁଣ୍ଡାର ମଣ୍ଟୁ ନଈ ଏବଂ ବୁର୍ଡା,ବଲାଙ୍ଗୀର ସହରରୁ ବାଇକ ଓ ଚାରିଚକିଆରେ ଆସିଥିବା କେତେକ ଗୁଣ୍ଡା ଶ୍ରେଣୀର ବ୍ୟକ୍ତି ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଲାତ, ଗୋଇଠା ମାରିବା ସହ ଭୁଜାଲି, ଠେଙ୍ଗା ଧରି ମରଣାନ୍ତକ ଆକ୍ରମଣ କରିଥିଲେ। କୌଶଳ କ୍ରମେ ସୁନୀଲ ସେଠାରୁ ଖସି ଯାଇ ଜୀବନ ରକ୍ଷା କରିଥିଲେ। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ଆକ୍ରମଣକାରୀ ବିଜୟଙ୍କ ଉପରେ ବ୍ଲକ ଗେଟ୍‌ ନିକଟରେ ଆକ୍ରମଣ କରିଥିଲେ। ଆକ୍ରମଣରେ ବିଜୟ ଲହୁଲୁହାଣ ହୋଇପଡ଼ିଛନ୍ତି। ବିଜୟଙ୍କ ମୁହଁ, ମୁଣ୍ଡ ଏବଂ ଶରୀର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। କେତେକ ବ୍ୟକ୍ତି ଘଟଣା ସ୍ଖଳରୁ ବିଜୟଙ୍କୁ ଗୁରୁତର ଅସ୍ଥାରେ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନକୁ ଆଣିଥିଲେ। ଅବସ୍ଥା ଗୁରୁତର ଥିବାରୁ ବିଜୟଙ୍କୁ ବଲାଙ୍ଗୀର ମେଡିକାଲକୁ ସ୍ଥାନାନ୍ତର କରା ଯାଇଛି। ଆକ୍ରମଣର ଶିକାର ହୋଇଥିବା ଦୁଇଜଣ ବ୍ୟକ୍ତି ଭାଜପାର କର୍ମୀ ବୋଲି ଜଣାପଡ଼ିଛି।

ଗୁରୁତର ବିଜୟ ହେଉଛନ୍ତି ଜଣେ ଅବସରପ୍ରାପ୍ତ ସୈନିକ ବୋଲି ଜଣାଯାଇଛି। ଘଟଣାକୁ ନେଇ ସୁନୀଲ ଲୋଇସିଂହା ଥାନାରେ ଏତଲା ଦେଇଛନ୍ତି । ଖବର ପାଇ ଭାଜପା କର୍ମୀ ଥାନାରେ ପଦ ବ୍ଲକର ଜଣେ ନେତାଙ୍କ ଇଙ୍ଗିତରେ ଏହି ଆକ୍ରମଣ ଘଟଣା ଘଟିଛ। ପୋଲିସ ଏହାର ନିରପକ୍ଷ ତଦନ୍ତ କରି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଭାଜପା କର୍ମୀମାନେ ଦାବି କରିଛନ୍ତି। ଏହି ଘଟଣା ପରେ ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

ଉଲ୍ଲେଖଯୋଗ୍ୟ, ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ମୁକେଶ ମହାଲିଙ୍ଗ ଭାଜପାର ହୋଇଥିବା ବେଳେ ବ୍ଲକ ଅଧ୍ୟକ୍ଷ ବିଜେଡିର ରହିଛନ୍ତି। ୨୦୨୪ ସାଧାରଣ ନିର୍ବାଚନ ପରଠାରୁ ବ୍ଲକ ପରିସରରେ ଭାଜପା ଓ ବିଜେଡି କର୍ମୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?