ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌: ଗ୍ରାହକ ସାଜି ମାଡ଼ି ବସିଲା ବନବିଭାଗ

ଖଡ଼ିଆଳ,୨୬।୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବନାଞ୍ଚଳ ପକ୍ଷରୁ ଚଢ଼ାଉ କରାଯାଇ ଏକ କଲରାପତରିଆ ବାଘଛାଲ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୫ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନ୍‌ ରବିବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସେ କହିଥିଲେ, ୨୨ ତାରିଖରେ ଉଦନ୍ତୀ ସୀତାନଦୀ ଟାଇଗର ପ୍ରୋଜେକ୍ଟର କର୍ମଚାରୀମାନେ ଖଡ଼ିଆଳ ବନାଞ୍ଚଳର କୋମନା ବ୍ଲକ ଅନ୍ତର୍ଗତ ସାନମହେଶ୍ୱର ସେକ୍‌ଶନ ହରିପୁର ଗ୍ରାମଠାରେ ଏକ ବାଘଛାଲ ବିକ୍ରି ପାଇଁ ଡିଲ୍‌ ଚାଲିଥିବା ଖବର ପାଇଥିଲେ।

ସୂଚନାପାଇ ଖଡ଼ିଆଳ ବନାଞ୍ଚଳର କର୍ମଚାରୀମାନେ ସଦଳବଳ ହରିପୁରଗ୍ରାମଠାରେ ଗ୍ରାହକ ସାଜି ପହଞ୍ଚି ଚଢ଼ାଉ କରିଥିଲେ। ସେମାନେ ବାଘଛାଲକୁ ଜବତ କରିବା ସହ ଗ୍ରାମର ଚିନୁ ପରାଭୋଇ, ଚାନ୍ଦୋପଳା ଗ୍ରାମର ଜଦୁ ପହରିଆଙ୍କୁ ଗିରଫ କରିଥିଲେ। ପରେ ଘଟଣାର ତଦନ୍ତ କରି ସମ୍ପୃକ୍ତ ଥିବା ଖଡିଆଳ ବ୍ଲକ ଜୁନାନୀ ଗ୍ରାମର ରମେଶ ମାଝି, ଭୋଜପୁର ଗ୍ରାମର ତୁଳସୀରାମ ପରାଭୋଇ, ବଲାଙ୍ଗୀର ଜିଲା ଯାମଖୁଟା ପଞ୍ଚାୟତର ମାଲପଡ଼ାର ପବିତ୍ର ମାଝିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

ଅଭିଯୁକ୍ତମାନେ ବ୍ୟବହାର କରିଥିବା ଦୁଇଟି ନମ୍ବରବିହୀନ ବାଇକ୍‌, ୫ଟି ମୋବାଇଲ ଫୋନ ଜବତ କରାଯାଇଛି। ଏହି ଚଢ଼ାଉରେ ନେତୃତ୍ୱ ନେଇଥିଲେ ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଂସ୍କୃତା ଗଡନାୟକ। ଅନ୍ୟମାନଙ୍କ ମଧ୍ୟରେ ଫରେଷ୍ଟର ଧର୍ମେନ୍ଦ୍ର ନାଏକ, କନ୍ଦର୍ପ ସୁନାନୀ, ଫରେଷ୍ଟ ଗାର୍ଡ ନରେଶ ଦଣ୍ଡସେନା, ପ୍ରସନ୍ନ ହଂସ, ଲିଙ୍ଗରାଜ ଗହୀର, ସରୋଜ ମାଝି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ୨୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ବରଗଡ଼,୧୭।୬(ପ୍ରେମାନନ୍ଦ ଖମାରୀ)): ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିଥିବା ଯୋଗୁ ବରଗଡ ଜିଲା ସ୍କୁଲଗୁଡ଼ିକରେ ଖରାଛୁଟିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି।...

ମୁଖ୍ୟମନ୍ତ୍ରୀଙ୍କୁ ଫଟୋଚିତ୍ର ପ୍ରଦାନ କଲେ ଛାତ୍ର

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ା ପାଇକ ସାହିର ଭଗବାନ ସାହୁଙ୍କ ପୁଅ ତଥା ସୋରଡ଼ା ଶଶୀଭୂଷଣ ଉଚ୍ଚ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍‌...

ଜମିରେ କରୁଥିଲେ କାମ: ବଜ୍ରପାତରେ ଚାଲିଗଲା ଜୀବନ

କୋରାପୁଟ/ନାରାୟଣପାଟଣା,୧୭।୬(ଅମିତାଭ ବେହେରା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ସଲପଗୁଡ଼ା ଗ୍ରାମରେ ସୋମବାର ବର୍ଷା ପବନ ସହ ଘଡଘଡି ହୋଇ ବଜ୍ରପାତ ଘଟିଛି। ବଜ୍ରପାତରେ ଜଣେ ଚାଷୀଙ୍କ...

ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା ବାଇକ୍‌: ଚାଲିଗଲା ଚାଳକଙ୍କ ଜୀବନ

ଥୁଆମୁଳ ରାମପୁର:୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଳକ ସ୍ଥିତ କର୍ଲାପାଟ ଥାନା ଅଞ୍ଚଳରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ...

ପ୍ରଥମଥର କଟକ ଗସ୍ତରେ ଯାଇ ଏମିତି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

କଟକ, ୧୭।୬(ଶିଳ୍ପା ପ୍ରିୟଦର୍ଶିନୀ)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର କଟକ ଗସ୍ତରେ ଆସି ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ...

ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ: ୧୪୪ ଧାରା ଜାରି

ବାଲେଶ୍ବର ଅଫିସ, ୧୭।୬- ବାଲେଶ୍ୱର ସହର ସ୍ଥିତ ଭୁଜାଖିଆ ପୀର ନିକଟସ୍ଥ ନାଳରେ ରକ୍ତ ଭାସୁଥିବାରୁ ଦେଖି ଗୋଷ୍ଠୀ ସଂଘର୍ଷ ହୋଇଛି। ସ୍ଥାନୀୟ ଗାଁ ତଥା...

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri