ପ୍ରାର୍ଥୀ ଘୋଷଣା ନେଇ ବିଜେଡିରେ ହୋଇପାରୁନି ନିଷ୍ପତ୍ତି

ଢେଙ୍କାନାଳ,୨୯ା୩(ରତନ ନାୟାର): ଢେଙ୍କାନାଳ ଲୋକ ସଭା କ୍ଷେତ୍ର ଅଧୀନରେ ଆସୁଥିବା ଢେଙ୍କାନାଳ ଓ ଅନୁଗୋଳ ଜିଲାର ୭ ବିଧାନସଭା ନିର୍ବାଚନମଣ୍ଡଳୀରୁ ଢେଙ୍କାନାଳ ଜିଲାରେ ରହିଛି ୪ଟି ବିଧାନସଭା ଆସନ। ଇତିମଧ୍ୟରେ ବିଜେଡି ପକ୍ଷରୁ ଢେଙ୍କାନାଳ ଜିଲାର ୩ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ଢେଙ୍କାନାଳ ପାଇଁ ବିଧାୟକ ସୁଧୀର କୁମାର ସାମଲ, କାମାକ୍ଷାନଗରରୁ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ପରଜଙ୍ଗ ନିର୍ବାଚନମଣ୍ଡଳୀ ପାଇଁ ଦଳ ବିଧାୟକ ଡା. ନୃସିଂହ ଚରଣ ସାହୁଙ୍କ ନାମ ଘୋଷଣା କରିଛି। ହେଲେ ସଂରକ୍ଷିତ ହିନ୍ଦୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଦଳ ପ୍ରାର୍ଥୀଙ୍କ ନାମ ଏଯାଏ ପ୍ରକାଶ କରିପାରି ନାହିଁ। ଏଠାରେ ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ହୋଇପାରୁ ନ ଥିବାରୁ ଏ କ୍ଷେତ୍ରରେ ବିଳମ୍ବ ହେଉଥିବା କୁହାଯାଉଛି।
ହିନ୍ଦୋଳ ନିର୍ବାଚନମଣ୍ଡଳୀରୁ ବିଧାୟିକା ସୀମାରାଣୀ ନାଏକ ୨ଥର ବିଜୟୀ ହୋଇଛନ୍ତି। ସେ ୨୦୧୪ରୁ ଲଗାତର ଜିତି ଆସୁଥିବା ବେଳେ ଚଳିତ ନିର୍ବାଚନରେ ମଧ୍ୟ ପ୍ରାର୍ଥୀ ହେବାକୁ ଆଶାବାଦୀ ରହିଛନ୍ତି। ସେହିପରି କଂଗ୍ରେସର ପୂର୍ବତନ ବିଧାୟକ ମହେଶ୍ୱର ନାଏକଙ୍କ ଝିଅ ନମିତା ନାଏକଙ୍କୁ ନେଇ ମଧ୍ୟ ଏହି ନିର୍ବାଚନମଣ୍ଡଳୀରେ ଚର୍ଚ୍ଚା ହେଉଛି। ନମିତା ବିଜେଡି ରାଜ୍ୟ ମହିଳା ସଙ୍ଗଠନ କର୍ମକର୍ତ୍ତା ଥିବାରୁ ତାଙ୍କ ନାମକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ଫଳରେ ଦଳୀୟ ସମର୍ଥକମାନେ ଦ୍ୱନ୍ଦ୍ୱରେ ରହିଛନ୍ତି। ସେହିପରି ପୂର୍ବତନ ବିଧାୟକ ତ୍ରିନାଥ ନାଏକଙ୍କ ପୁଅ ଅଶୋକ ନାଏକଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସିଛି। ତ୍ରିନାଥ ୧୯୭୭, ୧୯୮୦ ଏବଂ ୧୯୯୦ରେ ଏହି ଆସନରୁ ବିଧାୟକ ନିର୍ବାଚିତ ହେବା ସହ ମନ୍ତ୍ରୀ ହୋଇଥିଲେ। ତେଣୁ ତାଙ୍କ ପୁଅ ଅଶୋକଙ୍କୁ ନେଇ ସମର୍ଥକମାନେ ଆଶାବାଦୀ ରହିଛନ୍ତି। ତେବେ ବିଜେଡି ଏଠାରୁ କୁହାକୁ ପ୍ରାର୍ଥୀ କରିବ ସେ ନେଇ ବିଚାର ବିମର୍ଶ ଚଳାଉଥିବା ବେଳେ ଦଳୀୟ ସମର୍ଥକଙ୍କ ମଧ୍ୟରେ ଏ ନେଇ ଉତ୍କଣ୍ଠା ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?