ଜାପାନ ଗସ୍ତରେ ଫିକି-ଫୋରମ୍‌ ସାଂସଦଙ୍କ ଏକ ପ୍ରତିନିଧି ଦଳ

ଭୁବନେଶ୍ୱର, ୧୨।୧୦: ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କରେ ଅଗ୍ରଗତି ନିମନ୍ତେ ଭାରତର ପ୍ରମୁଖ ଶିଳ୍ପ ସଂଗଠନ ଫେଡେରେଶନ ଅଫ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ପକ୍ଷରୁ ଫିକି-ଫୋରମ୍‌ ସାଂସଦଙ୍କ ଏକ ପ୍ରତିନିଧି ଦଳ ଟୋକିଓ (ଜାପାନ) ଗସ୍ତରେ ଯାଇଛନ୍ତି। ବିଶେଷକରି ସାଂସଦ ରାଜୀବ ପ୍ରସାଦ ରୁଡ୍ଡିଙ୍କ ନେତୃତ୍ୱରେ ଭାରତର ବିଭିନ୍ନ ରାଜନୈତିକ ଦଳର ସାଂସଦମାନଙ୍କ ଏହି ପ୍ରତିନିଧି ଦଳ ୩ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ପ୍ରତିନିଧି ଦଳ ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟୋସିହିଦେ ସୁଗା ଏବଂ ଅର୍ଥନୀତି, ବ୍ୟାପାର ଓ ପୁଞ୍ଜି ବିନିଯୋଗ ବିଭାଗର ମନ୍ତ୍ରୀ ୟାସୋତୋସି ନିଶିମୁରା, ଭାରତ ପ୍ରତି ଆଗ୍ରହ ରଖୁଥିବା ଜାପାନ ସାଂସଦ ପ୍ରତିନିଧି ଦଳ ‘ଗଣେଶ’ ଗ୍ରୁପ୍‌ ଏବଂ ଭାରତର ରାଷ୍ଟ୍ରଦୂତ ସିବି ଜର୍ଜଙ୍କୁ ସାକ୍ଷାତ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ଫିକିର ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା କହିଛନ୍ତି, ଭାରତ-ଜାପାନ ଦ୍ୱିପାକ୍ଷିକ ସମ୍ପର୍କ ବେଶ୍‌ ଗୁରୁତ୍ୱ ବହନ କରୁଛି ଓ ସହଭାଗୀ ମୂଲ୍ୟବୋଧ ଓ ଯୋଜନାବଦ୍ଧ କାର୍ଯ୍ୟପନ୍ଥା ଯୋଗୁ ଏହା ଅଧିକ ନିବିଡ଼ ହୋଇପାରିଛି। ବିଶେଷକରି ଉଭୟ ବହୁପକ୍ଷୀୟ ଓ ଦ୍ୱିପାକ୍ଷିକ ସ୍ତରରେ ଅନେକ କାର୍ଯ୍ୟକଳାପ ଯୋଗୁ ଏହା ଅଧିକ ସୁଦୃଢ ହୋଇଛି। ବ୍ୟବସାୟିକ ସମ୍ଭାବନାର ସମ୍ପୂର୍ଣ୍ଣ ସଦ୍‌ ଉପଯୋଗ ପାଇଁ ବିଶେଷ ଭାବେ ଉଭୟ ପକ୍ଷର ବ୍ୟବସାୟିକ ଅଂଶୀଦାରମାନଙ୍କୁ ଏକତ୍ର ଆଣିବା ଦିଗରେ ଫିକି କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri