ମଦ, ଗଞ୍ଜେଇ ବିକ୍ରି ବନ୍ଦ ଦାବିରେ ଧାରଣା

ନୂଆପଡ଼ା,୧ା୯ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଟାନୱାଟ ପଞ୍ଚାୟତ ରତିପାଲି ଗାଁରେ ବେଆଇନ ଭାବରେ ଦେଶୀ, ବିଦେଶୀ ମଦ ସାଙ୍ଗକୁ ଗଞ୍ଜେଇ ଓ କୋରେକ୍ସ ବିକ୍ରୟ ହେଉଛି। ଏହାକୁ ବନ୍ଦ କରିବା ପାଇଁ ଗ୍ରାମବାସୀ ବିଭିନ୍ନ ସମୟରେ ଜିଲା ଅବକାରୀ, ପୋଲିସ ପ୍ରଶାସନଠାରେ ଅଭିଯୋଗ କରିଛନ୍ତି। ଏପରି କି ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଲିଖିତ ଭାବେ ଜଣାଇଥିଲେ ମଧ୍ୟ ସୁଫଳ ମିଳିନାହିଁ। ଶେଷରେ ବାଧ୍ୟହୋଇ ସୋମବାର ସ୍ଥାନୀୟ ସରପଞ୍ଚ ଜୟରାମ ସତନାମୀଙ୍କ ନେତୃତ୍ୱରେ ଶତାଧିକ ମହିଳାପୁରୁଷ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବା ସଦ୍‌ଭାବନା ସଭାଗୃହ ସମ୍ମୁଖରେ ଧାରଣାରେ ବସିଥିଲେ। ଏହା ଜାଣିବା ପରେ ଉପଜିଲାପାଳ ସୁର୍ମି ସୋରେନ, ଅବକାରୀ ଅଧୀକ୍ଷକ ସଂଘମିତ୍ରା ପ୍ରଧାନ, ଓଆଇସି ହିରାବତୀ ଥାର୍ଟି, ସଦର ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ଧାରଣାସ୍ଥଳରେ ପହଞ୍ଚତ୍ ଲୋକଙ୍କ ସହ ଆଲୋଚନା କରିଥିଲେ। ଗ୍ରାମବାସୀ କ୍ଷୋଭ ପ୍ରକାଶ କରି ଗାଁରେ ୬ଟି ଦେଶୀ ଓ ବିଦେଶୀ ମଦ ଦୋକାନ ସାଙ୍ଗକୁ ଗଞ୍ଜେଇ ଓ କୋରେକ୍ସ ବିକ୍ରୟ ହେଉଛି। ଏହାକୁ ସେବନ କରି ଅଧିକାଂଶ ଘରେ ପାରିବାରିକ ଅଶାନ୍ତି ଦେଖାଦେଉଛି। ଗାଁରେ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ସ୍କୁଲ ପିଲାଙ୍କ ଉପରେ ପ୍ରଭାବ ପଡୁଛି। ତେଣୁ ତୁରନ୍ତ ମଦବିକ୍ରି ବନ୍ଦ ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ ପାଇଁ ଦାବି କରିଥିଲେ। ଅଧିକାରୀମାନେ ମଦ ଦୋକାନ ବନ୍ଦ କରାଯିବ ବୋଲି ପ୍ରତିଶ୍ରୁତି ଦେଲା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଅନ୍ୟପକ୍ଷରେ ସପ୍ତାହେ ଭିତରେ କୌଣସି ପଦକ୍ଷେପ ନିଆ ନ ଗଲେ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବାକୁ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ସୂଚନାଯୋଗ୍ୟ ରତିପାଲି ଗାଁରେ ୨ ଶହରୁ ଊର୍ଦ୍ଧ୍ୱ ପରିବାରରେ ପ୍ରାୟ ୧୨ ଶହ ଲୋକ ବସବାସ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri