ଦନ୍ତ ଚିକିତ୍ସକ କରୁଛନ୍ତି ସାଧାରଣ ରୋଗ ଚିକିତ୍ସା

ବାହାନଗା,୧୪ା୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକନ୍ଦ୍ରରେ ବିଚିତ୍ର ନୀତି ଦେଖିବାକୁ ମିଳିଛି। ୨ମାସ ତଳେ ନୂତନ ଭାବେ କାର୍ଯ୍ୟରେ ଯୋଗ ଦେଇଥିବା ଜଣେ ଦନ୍ତ ଚିକିତ୍ସକ ସାଧାରଣ ରୋଗୀଙ୍କ ଚିକିତ୍ସା କରୁଛନ୍ତି।
ସରକାରଙ୍କ ପକ୍ଷରୁ ଦାନ୍ତ ଚିକିସତ୍ା ପାଇଁ କୌଣସି ଯନ୍ତ୍ରପାତି ନ ଥିବାରୁ ଦାନ୍ତ ଡାକ୍ତର ଅମରେଶ ଦ୍ୱାରି ବାଧ୍ୟ ହୋଇ ସାଧାରଣ େଋାଗର ଚିକିତ୍ସା କରୁଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଦାନ୍ତ ଡାକ୍ତର ଆସିଥିବା ଜାଣି ସ୍ଥାନୀୟ ଲୋକେ ଖୁସି ପ୍ରକଟ କରିଥିଲେ। ମାତ୍ର ସେ ଦାନ୍ତ ରୋଗ ଚିକିତ୍ସା ପରିବର୍ତ୍ତେ ସାଧାରଣ େଋାଗ ଚିକିତ୍ସା କରୁଥିବାରୁ ଦାନ୍ତ େଋାଗୀମାନେ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ଏବାବଦରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକତ୍ସା ଅଧିକାରୀ ଡା. ଧିରେଶ କୁମାର ଷଡ଼ଙ୍ଗୀଙ୍କୁ ପଚାରିବାରୁ ଏଠାକୁ ସରକାର ଜଣେ ପିଜି ଦାନ୍ତ ଡାକ୍ତର ପଠାଇ ଥିଲେ ମଧ୍ୟ ଦାନ୍ତ ଚିକିସତ୍ା ନିମନ୍ତେ କୌଣସି ଯନ୍ତ୍ରପାତି ଦେଇନାହାନ୍ତି। ଚିକିସତ୍ା ପାଇଁ ଆବଶ୍ୟକ ଚେୟାର ମଧ୍ୟ ଏଠାରେ ନାହିଁ ା ତେଣୁ ବାଧ୍ୟ ହୋଇ ଦାନ୍ତ ଡାକ୍ତର ସାଧାରଣ ରୋଗ ଚିକିତ୍ସା କରୁଛନ୍ତି। ଏ ସମ୍ପର୍କରେ ସିଡିଏମଓଙ୍କୁ ଚିଠି ମାଧ୍ୟମରେ ଜଣାଇଛୁ। କେତେକ ଯନ୍ତ୍ରାଂଶ ରୋଗୀ କଲ୍ୟାଣ ସମିତି ପାଣ୍ଠିରୁ କିଣିବା ପାଇଁ ନିଷ୍ପତ୍ତି ନେଇଛୁ ବୋଲି କହିଛନ୍ତି। ଗୋପାଳପୁର ଅଞ୍ଚଳ ସ୍ବଚ୍ଛ ଭାରତ ଅଭିଯାନର ଆବାହକ ସୁର୍ଦଶନ ମହାପାତ୍ର କହନ୍ତି , ଏହି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ବିଶେଷଜ୍ଞ ଡାକ୍ତର ନ ଥିବା ବେଳେ ଜଣେ ଦାନ୍ତ ଡାକ୍ତରଙ୍କୁ ସରକାର ପଠାଇ ଥିଲେ ମଧ୍ୟ ସେ ସାଧାରଣ େଋାଗ ଚିକିତ୍ସା କରିବା ବିଡ଼ମ୍ବନାର ବିଷୟ। ଏଠାରେ ଦାନ୍ତ ଚିକିତ୍ସାର ବହୁଳ ଆବଶ୍ୟକତା ଥିବାରୁ ଜିଲା ମୁଖ୍ୟ ଚିକିସତ୍ା ଅଧିକାରୀ ତୁରନ୍ତ ଆବଶ୍ୟକ ଯନ୍ତ୍ରପାତି ପଠାଇବାକୁ ସେ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri