ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ଘନୀଭୂତ ହୋଇ ଅପରାହ୍ନରେ…

ଭୁବନେଶ୍ୱର,୨୯ା୫: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟି ହୋଇଛି ଗଭୀର ଅବପାତ। ଏହି ଅବପାତ ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଦୀଘାଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇ ଉତ୍ତର ଦିଗରେ ଗତି କରି ଅପରାହ୍ନରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସାଗର ଦୀପ ଓ ଖେପୁପରା ମଧ୍ୟରେ ଏହା ଅତିକ୍ରମ କରିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନାରୁ ପ୍ରକାଶ।

ଅନ୍ୟପକ୍ଷରେ ବୁଧବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହେବା ସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଏହା ପୂର୍ବରୁ ୧୯୯୯ ମେ’ ୨୮ରେ ଓ ୨୦୦୯ ମେ’ ୨୫ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଭାରତୀୟ ପାଣିପାଗ ବିଭାଗ ସୂଚନାନୁସାରେ, ଦୀର୍ଘ ୧୬ ବର୍ଷ ପରେ ମେ’ ମାସରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଛି। ଚଳିତ ବର୍ଷ ନିର୍ଦ୍ଧାରିତ ସମୟଠାରୁ ୧୨ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିଲା। ସେହି ଅନୁସାରେ ଚଳିତ ବର୍ଷ ମୌସୁମୀ ସଅଳ ଓଡ଼ିଶା ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଥିବାବେଳେ ତାହା ହିଁ ହୋଇଛି।

ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ କେରଳ ଛୁଇଁବାର ମାତ୍ର କିଛିଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁଛି। ଅନ୍ୟପଟେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ଉତ୍ତରରେ ଗତି କରି ଗୁରୁବାର ଅବପାତର ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ।

ଗୁରୁବାର ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବାୈଦ୍ଧ, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସୁବର୍ଣ୍ଣପୁର ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ୱର, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଯାଜପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଫସଲ କ୍ଷୟ ସମ୍ଭାବନା ରହିଥିବାରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri