ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆହୁରି ଘନୀଭୂତ ହୋଇ ଅପରାହ୍ନରେ…

ଭୁବନେଶ୍ୱର,୨୯ା୫: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟି ହୋଇଛି ଗଭୀର ଅବପାତ। ଏହି ଅବପାତ ୨୦ କିମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଦୀଘାଠାରୁ ୧୧୦ କିମି ପୂର୍ବ ଦକ୍ଷିଣପୂର୍ବ ଦିଗରେ ଏହା କେନ୍ଦ୍ରୀଭୂତ ହୋଇ ଉତ୍ତର ଦିଗରେ ଗତି କରି ଅପରାହ୍ନରେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସାଗର ଦୀପ ଓ ଖେପୁପରା ମଧ୍ୟରେ ଏହା ଅତିକ୍ରମ କରିବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂଚନାରୁ ପ୍ରକାଶ।

ଅନ୍ୟପକ୍ଷରେ ବୁଧବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମୌସୁମୀ ବାୟୁ ଅଗ୍ରସର ହେବା ସହ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଛି। ଏହା ପୂର୍ବରୁ ୧୯୯୯ ମେ’ ୨୮ରେ ଓ ୨୦୦୯ ମେ’ ୨୫ରେ ମୌସୁମୀ ଓଡ଼ିଶା ଛୁଇଁଥିଲା। ଭାରତୀୟ ପାଣିପାଗ ବିଭାଗ ସୂଚନାନୁସାରେ, ଦୀର୍ଘ ୧୬ ବର୍ଷ ପରେ ମେ’ ମାସରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଛି। ଚଳିତ ବର୍ଷ ନିର୍ଦ୍ଧାରିତ ସମୟଠାରୁ ୧୨ଦିନ ପୂର୍ବରୁ ମୌସୁମୀ ବାୟୁ କେରଳ ଛୁଇଁଥିଲା। ସେହି ଅନୁସାରେ ଚଳିତ ବର୍ଷ ମୌସୁମୀ ସଅଳ ଓଡ଼ିଶା ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଥିବାବେଳେ ତାହା ହିଁ ହୋଇଛି।

ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ କେରଳ ଛୁଇଁବାର ମାତ୍ର କିଛିଦିନ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁଛି। ଅନ୍ୟପଟେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେଇଛି। ଏହା ଉତ୍ତରରେ ଗତି କରି ଗୁରୁବାର ଅବପାତର ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ।

ଗୁରୁବାର ଅନୁଗୋଳ, ବାଲେଶ୍ୱର, ଭଦ୍ରକ, ବାୈଦ୍ଧ, ଗଞ୍ଜାମ, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସୁବର୍ଣ୍ଣପୁର ଆଦି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ୱର, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଯାଜପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ। ଏଥିପାଇଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଫସଲ କ୍ଷୟ ସମ୍ଭାବନା ରହିଥିବାରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri