ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷିବ। ଏନେଇ ଆଗାମୀ ଦୁଇଦିନ ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ରବିବାର କେନ୍ଦୁଝର ଜିଲାରେ ଅତ୍ୟଧିକ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ଏଥିସହ ୨୧ ଜିଲାରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସୂଚନା ଦିଆଯାଇଛି। ସେହିପରି ସୋମବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସମୁଦ୍ର ଭିତରେ କେହି ମତ୍ସ୍ୟଜୀବୀ ଥିଲେ ତୁରନ୍ତ କୂଳକୁ ଫେରି ଆସିବାକୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ, ଜାଣନ୍ତୁ…

ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…

ନିୟମଗିରି ସୁରକ୍ଷା ସମିତି ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ, ଲାଞ୍ଜିଗଡ଼ରୁ ଫେରୁଥିବା ବେଳେ…

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡ଼ା): ନିୟମଗିରି ସୁରକ୍ଷା ସମିତିର ସଭାପତି ଲୋଦ ସିକାକାଙ୍କୁ ପୋଲିସ ଉଠାଇ ନେଇଥିବା ଅଭିଯୋଗ ହୋଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, କୌଣସି…

ବ୍ରିକ୍ସ (BRICS) ସମ୍ମିଳନୀର ମିଳିତ ଘୋଷଣାନାମା ଉପରେ ଆଲୋଚନା: ଭାରତ ପାଇଁ ବଡ଼…

ନୂଆଦିଲ୍ଲୀ,୧୦।୯: ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ମିଳିତ ଘୋଷଣାନାମା ପ୍ରସ୍ତୁତି କ୍ଷେତ୍ରରେ ଏକ ବାଧା ଉପୁଜିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ପାଇଁ…

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

କୋରାପୁଟ MP ସପ୍ତଗିରି ଉଲାକାଙ୍କୁ ମିଳିଲା ‘ସଂସଦ ରତ୍ନ’ ଉପାଧି! କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ ପକ୍ଷରୁ ଉତ୍ସବ ଓ ସମ୍ବର୍ଦ୍ଧନା

କଲ୍ୟାଣସିଂହପୁର, ୧୦।୯ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟ ପରିସରରେ ଆଜି ଏକ ବିଶେଷ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ…

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri