ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ ନାବାଳକଙ୍କ ସହ ଅନ୍ୟ ଜଣକୁ ଅଟକ ରଖି ପଚରାଉଚରା କରୁଛି । ଅଟକ ବ୍ୟକ୍ତି ସନ୍ଦୀପ ଜେନା (୨୬ ବର୍ଷ) ସେହି ଗ୍ରାମର ହୋଇଥିବା ବେଳେ ନାବାଳକ ଜଣକ ସୋସୋ ଥାନା ଅଞ୍ଚଳର ଅଟନ୍ତି। ଉଭୟ ଏପରି ଅନ୍ୟ ଚୋରି କେସ୍‌ରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ତଦନ୍ତ ଚାଲୁଥିବା ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡା ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ଅର୍ଜୁନ ଚରଣ ଜେନା ଘରେ ଅନୁପସ୍ଥିତ ଥିବାର ସୁଯୋଗ ନେଇ ଦୁର୍ବୃତ୍ତ ଗତ ଶନିବାର ତାଙ୍କ ଘରେ ପଶିଥିଲେ। ଘରେ ଥିବା ନଗଦ ୧୦ ହଜାର ଟଙ୍କା ଏବଂ ଏଟିଏମ କାର୍ଡ ଚୋରି କରି ନେଇଥିଲେ । ଏ ନେଇ ଅର୍ଜୁନ ପରଦିନ ରବିବାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ ୮୪/୨୦୨୬ ରୁଜୁ କରିଥିଲା । ଏସଡିପିଓ ପଣ୍ଡା ଏବଂ ଥାନାଧିକାରିଣୀ କାନନ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ଅଟକ ନାବାଳକ ଠାରୁ ନଗଦ ୫ ହଜାର ୪୦୦ ଟଙ୍କା ଏବଂ ଏଟିଏମ କାର୍ଡ ଜବତ କରାଯାଇଥିବା ଏସଡିପିଓ ପଣ୍ଡା ଏବଂ ଥାନା ଅଧିକାରିଣୀ ସାହୁ କହିଛନ୍ତି । ଏଥିସହ ଚୋରି ହୋଇଥିବା ଏଟିଏମ କାର୍ଡ ଦ୍ୱାରା ଅଟକ ବ୍ୟକ୍ତି ୬ ହଜାର ଟଙ୍କା ଉଠାଣ ମଧ୍ୟ କରିଥିଲେ ବୋଲି ଥାନା ଅଧିକାରିଣୀ ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri