ରାତିରେ ଘରେ ପଶି କରିଥିଲେ ଚୋରି: ନାବାଳକଙ୍କ ସହ ଜଣେ ଅଟକ

ଆନନ୍ଦପୁର/ହାଟଡିହୀ,୨୦l୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ସୋସୋ ଥାନା ଜମ୍ଭୀରା ଗ୍ରାମରେ ଗତ ଶନିବାର ରାତିରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଚୋରି କରିବା ଅଭିଯୋଗରେ ପୋଲିସ ନାବାଳକଙ୍କ ସହ ଅନ୍ୟ ଜଣକୁ ଅଟକ ରଖି ପଚରାଉଚରା କରୁଛି । ଅଟକ ବ୍ୟକ୍ତି ସନ୍ଦୀପ ଜେନା (୨୬ ବର୍ଷ) ସେହି ଗ୍ରାମର ହୋଇଥିବା ବେଳେ ନାବାଳକ ଜଣକ ସୋସୋ ଥାନା ଅଞ୍ଚଳର ଅଟନ୍ତି। ଉଭୟ ଏପରି ଅନ୍ୟ ଚୋରି କେସ୍‌ରେ ସମ୍ପୃକ୍ତ ଅଛନ୍ତି କି ନାହିଁ ସେନେଇ ତଦନ୍ତ ଚାଲୁଥିବା ଆନନ୍ଦପୁର ଏସଡିପିଓ କମଳ କୁମାର ପଣ୍ଡା ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ, ଅର୍ଜୁନ ଚରଣ ଜେନା ଘରେ ଅନୁପସ୍ଥିତ ଥିବାର ସୁଯୋଗ ନେଇ ଦୁର୍ବୃତ୍ତ ଗତ ଶନିବାର ତାଙ୍କ ଘରେ ପଶିଥିଲେ। ଘରେ ଥିବା ନଗଦ ୧୦ ହଜାର ଟଙ୍କା ଏବଂ ଏଟିଏମ କାର୍ଡ ଚୋରି କରି ନେଇଥିଲେ । ଏ ନେଇ ଅର୍ଜୁନ ପରଦିନ ରବିବାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ନଂ ୮୪/୨୦୨୬ ରୁଜୁ କରିଥିଲା । ଏସଡିପିଓ ପଣ୍ଡା ଏବଂ ଥାନାଧିକାରିଣୀ କାନନ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ଅଟକ ନାବାଳକ ଠାରୁ ନଗଦ ୫ ହଜାର ୪୦୦ ଟଙ୍କା ଏବଂ ଏଟିଏମ କାର୍ଡ ଜବତ କରାଯାଇଥିବା ଏସଡିପିଓ ପଣ୍ଡା ଏବଂ ଥାନା ଅଧିକାରିଣୀ ସାହୁ କହିଛନ୍ତି । ଏଥିସହ ଚୋରି ହୋଇଥିବା ଏଟିଏମ କାର୍ଡ ଦ୍ୱାରା ଅଟକ ବ୍ୟକ୍ତି ୬ ହଜାର ଟଙ୍କା ଉଠାଣ ମଧ୍ୟ କରିଥିଲେ ବୋଲି ଥାନା ଅଧିକାରିଣୀ ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?