ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ବରଗଡ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ ଅଭିଭାଷଣରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନର ଗୁରୁତ୍ୱ ବଖାଣିଥିଲେ। ସେ କହିଥିଲେ, ପଞ୍ଚାୟତିରାଜର ମହତ୍ତ୍ୱ କେବଳ ପ୍ରଶାସନିକ ଢାଞ୍ଚା ମଧ୍ୟରେ ସୀମାବଦ୍ଧ ନୁହେଁ, ଏହା ବାହାରେ ବିସ୍ତାରିତ। ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ସଶକ୍ତ ହେଲେ ଏକ ଉନ୍ନତ ଓ ବିକଶିତ ଓଡ଼ିଶା ଗଠନ ହୋଇପାରିବ। ଏହାକୁ ଭଲ ଭାବେ ହୃଦୟଙ୍ଗମ କରି ପଞ୍ଚାୟତ ସଶକ୍ତୀକରଣ କାର୍ଯ୍ୟକୁ ଆଗେଇ ନେବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବର୍ତ୍ତମାନ ଗ୍ରାମୀଣ ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି। ବିକଶିତ ଗାଁ ଓ ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନାକୁ ବାସ୍ତବ ରୂପ ଦେବା ପାଇଁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସର୍ବଦା ଉଦ୍ୟମ ଜାରି ରଖିଛି । ରାଜ୍ୟର ସମସ୍ତ ପରିବାରକୁ ପାଇପ୍‌ ଯୋଗେ ନିରାପଦ ପାନୀୟ ଜଳ ଯୋଗାଣ, କଚ୍ଚା ଘର ଥିବା ସମସ୍ତ ପରିବାରଙ୍କୁ ପକ୍କା ଘର ଯୋଗାଣ ସମସ୍ତ ନିର୍ବାଚିତ ପଞ୍ଚାୟତ ଜନପ୍ରତିନିଧ ଓ କର୍ମକର୍ତ୍ତାମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ସ୍ବତନ୍ତ୍ର ରଣନୀତି ସହ ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ଶାସନ ବ୍ୟବସ୍ଥାରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱକୁ ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ପ୍ରଯୁକ୍ତି ବିଦ୍ୟାର ସହାୟତା, ଗ୍ରାମପଞ୍ଚାୟତ ସ୍ତରରେ ନିଜ ଆୟ ବୃଦ୍ଧି ସକାଶେ ସ୍ବତନ୍ତ୍ର ନିୟମାବଳୀ ପ୍ରସ୍ତୁତ ହେଉଥିବା ଷଡ଼ଙ୍ଗୀ ଉଲ୍ଲେଖ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଦିତ୍ୟ ଗୋୟଲ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା ପ୍ରମୁଖ ଉପସ୍ଥିତ ରହି ୨୦ ଜଣ ହିତାଧିକାରୀଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରିଥିଲେ।
ସେହିପରି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଜିଲାର ୨୫ ଗ୍ରାମ ପଞ୍ଚାୟତ ସମେତ ୩୦୦ ଦିନ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ କରିଥିବା ୪ଜଣ ଶ୍ରମିକ, ୪ ଜଣ ସ୍ବଚ୍ଛ ଭାରତ ମିଶନ ହିତାଧିକାରୀ ଏବଂ ନିର୍ଦ୍ଧାରିତ ସମୟରେ ଗୃହ ନିର୍ମାଣ ଶେଷ କରିଥିବା ଜଣେ ହିତାଧିକାରୀଙ୍କୁ ଜିଲା ପ୍ରଶାସନ ଦ୍ୱାରା ସମ୍ମାନିତ କରାଯାଇଥିଲା। ଜମ୍ମୁ-କଶ୍ମୀର ପହଲଗାମଠାରେ ଆତଙ୍କୀ ହମଲାରେ ପ୍ରାଣ ହରାଇଥିବା ଲୋକଙ୍କ ଆତ୍ମାର ଶାନ୍ତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା। ଭଟଲି ପଞ୍ଚାୟତ ସମିତିରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛିd ଏହି ପରୀପ୍ରେକ୍ଷୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭଟଲି ବିଧାୟକ ଇରାସିସ୍‌ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅଧ୍ୟାପକ ବିରାଟ ପଧାନ ମୁଖ୍ୟବକ୍ତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନ, ଜିଲା ପରିଷଦ ସଦସ୍ୟ ଈଶ୍ୱର ଚନ୍ଦ୍ର ସାହୁ, ସଭ୍ୟା ଭାରତୀ ଭୁଏ, ଏମ୍‌ପି ପ୍ରତିନିଧି ପ୍ରତାପ ପ୍ରଧାନ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଧାୟକ ଆଚାର୍ଯ୍ୟ ନୂତନ ହିତାଧୀକାରୀମାନଙ୍କୁ ରାଶନ କାର୍ଡ ବଣ୍ଟନ କରିଥିଲେ। ତେଜେରୁ ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସତୀହାରୀ ବାଳିକା ମହିଳା ଉଚ୍ଚ ବିଦ୍ୟାଳୟର ଛାତ୍ରୀ କ୍ଷଣିକା ପ୍ରସନ୍ନା ଷଡଙ୍ଗୀ ଏବଂ ସାଥୀ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ମହିମା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
ଗାଇସିଲେଟ (ଦୁର୍ଗା ପ୍ରସାଦ ତ୍ରିବେଦୀ): ଗାଇସିଲେଟ ପଞ୍ଚାୟତ ସମିତି ପକ୍ଷରୁ ବ୍ଲକ ପରିସରରେ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଡିଓ ଲକ୍ଷ୍ମଣ ମାଝି, ଜିଲା ପରିଷଦ ସଭ୍ୟା ଝରଣା ପାଣିଗ୍ରାହୀ, ଏମ୍‌ପି ପ୍ରତିନିଧି ବିନାୟକ ଗୁରୁ, ଏବିଡିଓ ଭୀଷ୍ମ ମାଝି ପ୍ରମୁଖ ଯୋଗଦେଇ ପଞ୍ଚାୟତରାଜ ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ପଞ୍ଚାୟତ ଶାସନ ବ୍ୟବସ୍ଥାର ଗୁରୁତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୩୦୦ ଦିନ କାମ କରିଥିବା ୧୦ଶ୍ରମିକଙ୍କୁ ସମ୍ମାନିତ କରାଯିବା ସହ ୫ନୂତନ ହିତାଧିକାରୀଙ୍କୁ ରାଶନ କାର୍ଡ ବଣ୍ଟନ କରାଯାଇଥିଲା। ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପାଣ୍ଡବ ନନ୍ଦ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। କମ୍ପ୍ୟୁଟର ପ୍ରୋଗ୍ରାମର ବିକାଶ ପଣ୍ଡା, ବିପିସି ଗ୍ରାମୀଣ ଗୃହ ବିଭାଗ ଅଭୟ ପ୍ରଧାନ, ଏପିଓ ମାନସ ଭୋଇ, ସୁନିଲ ସାହୁ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?