ନିଶା ନିବାରଣ ନେଇ ଭିନ୍ନ ପ୍ରୟାସ : ସଚେତନତା ବାର୍ତ୍ତା ଦେବାକୁ ପହଞ୍ଚିଲେ ବିଧାୟକ କଳିକେଶ ସିଂଦେଓ

ବଲାଙ୍ଗୀର,୨।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୋଲିସ ପ୍ରଶାସନ ଓ ପୌରପରିଷଦ ପକ୍ଷରୁ ନିଶା ନିବାରଣକୁ ନେଇ ମଙ୍ଗଳାବାର ସ୍ଥାନୀୟ ବ୍ରାହ୍ମଣପଡା ଛକରେ ପଥପ୍ରାନ୍ତ ନାଟକର ଶୁଭାରମ୍ଭ କରାଯାଇଛି । ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ବିଧାୟକ କଳିିକେଶ ନାରାୟଣ ସିଂଦେଓ , ପୌରଧ୍ୟକ୍ଷା ଲୀକା ସାହୁ ଓ ଟାଉନ ଥାନା ଆଇଆଇସି ଅବନୀ ସାହୁ ଉପସ୍ଥିତ ରହି ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ଦେଇଥିଲେ। ନିଶାରୁ ଲୋକେ ଦୂରେଇ ରହିବା ପାଇଁ କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ଲୋକମାନଙ୍କୁ ସଚେତନତା ବାର୍ତ୍ତା ଦିଆଯାଇଛ। ବଲାଙ୍ଗୀର ସହରର ପ୍ରତି ୱାର୍ଡର ଥିବା ବିଭିନ୍ନ ପଡା ଓ ଛକ ମାନଙ୍କରେ ନିଶା ମୁକ୍ତ ଅଭିଯାନକୁ ନେଇ ପଥପ୍ରାନ୍ତ ନାଟକ ଜରିଆରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ସଚେତନତା କରାଯିବ ବୋଲି ସୂଚନା ଦିଆଯାଇଛି । ବଲାଙ୍ଗୀର ସହରରେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ନିଶା ଯୋଗୁ ଅପରାଧିକ କାର୍ଯ୍ୟକଳାପ ମଧ୍ୟ ସହରରେ ବଢୁଛି। ଫଳରେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ନିଶା ନିବାରଣରୁ ଦୁରେଇ ରହିବା ପାଇଁ ସହରରେ ଏଭଳି କାର୍ଯ୍ୟକ୍ରମ ଅବଲମ୍ବନ କରାଯାଇଥିବାରୁ ବୁଦ୍ଧିଜିବି ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?