Posted inଖେଳ

‘କ୍ରୀଡ଼ା ଖବରରେ ଲୁଚି ରହିଥାଏ ଏକ ଭିନ୍ନ ପ୍ରେରଣା’

ଭୁବନେଶ୍ୱର, ୩ା୭ (ବିଜୟ ରଣା): ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା) ତରଫରୁ ସ୍ଥାନୀୟ ମଦର୍ସ ପବ୍ଲିକ ସ୍କୁଲ ବାସ୍କେଟବଲ କୋର୍ଟରେ ବିଶ୍ୱ କ୍ରୀଡ଼ା ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଓସ୍‌ଜା କାର୍ଯ୍ୟକାରୀ ସଭାପତି କେ. ରବିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅଲିମ୍ପିଆନ ଶ୍ରାବଣୀ ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ କହିଥିଲେ, ସାମ୍ବାଦିକତା କେବଳ ଖବର ସଂଗ୍ରହ କରି ତାହାକୁ ପ୍ରକାଶ କରିବା ବୋଲି ଆମେ ଭାବିଥାଉ। କ୍ରୀଡ଼ା ଖବରଦାତାମାନେ ଖେଳ ବିଷୟରେ ଲେଖିଥାନ୍ତି। କିନ୍ତୁ ଏହି ଲେଖା ଭିତରରେ ଲୁକ୍କାୟିତ ରହିଥାଏ ଏମିତି କିଛି ପ୍ରେରଣା, ଯାହା ଛୋଟପିଲା ଓ ଯୁବବର୍ଗଙ୍କୁ ବେଶ ପ୍ରଭାବିତ କରିଥାଏ। ତାଙ୍କ ଖେଳ ଜୀବନ ମଧ୍ୟ ଏମିତି ଆରମ୍ଭ ହୋଇଥିଲା। କ୍ରୀଡ଼ା ପୃଷ୍ଠାରେ ବାହାରିଥିବା ଜଣକ ଫଟୋ ଦେଖି ସେ ଉତ୍ସାହିତ ହୋଇପଡ଼ିଥିଲେ। ଏହାପରେ ସେ ଆଉ ପଛକୁ ଫେରିନାହାନ୍ତି। ସେ ଆଜି ଯେଉଁଠାରେ ପହଞ୍ଚତ୍ଛନ୍ତି, ତାହାର ପ୍ରଥମ ଶ୍ରେୟ ସେ କ୍ରୀଡ଼ା ଖବରଦାତରମାନଙ୍କୁ ଦେବେ ବୋଲି ଶ୍ରାବଣୀ କହିଥିଲେ। ଏହି ଅବସରରେ ଭୁବନେଶ୍ୱରର ବିଭିନ୍ନ ସ୍କୁଲର ପିଲାମାନଙ୍କୁ ନେଇ ବ୍ଲୁ ଓ ରେଡ୍‌ ଦଳ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ପୂର୍ବତନ କ୍ରୀଡ଼ା ପ୍ରଶାସକ ଅଶୋକ ମହାନ୍ତି ଯୋଗ ଦେଇଥିଲେ। ଓସ୍‌ଜା କାର୍ଯ୍ୟକାରୀ ସଭାପତି କେ. ରବି କହିଥିଲେ, କ୍ରୀଡ଼ା କେବଳ ଜୀବନକୁ ସୁସ୍ଥ ସବଳ କରିନ ଥାଏ, ଏହାର କ୍ୟାରିୟର ଗଢ଼ିବାରେ ମଧ୍ୟ ସହାୟକ ହୋଇଥାଲ। ଓସ୍‌ଜାର ବରିଷ୍ଠ ଉପସଭାପତି ସମ୍ବିତ ମହାପାତ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ସଭାପତି ସନ୍ଦୀପ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଓସ୍‌ଜା ଯୁଗ୍ମ ସମ୍ପାଦକ ସୁରେଶ ସ୍ବାଇଁ, କୋଷାଧ୍ୟକ୍ଷ ଦେବାଶିଷ ସୁନ୍ଦରାୟ, ସଦସ୍ୟ ସନ୍ତୋଷ ମହାନ୍ତି, କୁମାର ବିମଳ ଓ ଶକ୍ତି ପ୍ରସାଦ ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri