Posted inଭଦ୍ରକ

ବିଧାୟକଙ୍କୁ ଅଟକାଇବା ଘଟଣାରେ ଭିନ୍ନ ମୋଡ଼

ବାସୁଦେବପୁର, ୭ା୨ (ଡି.ଏନ.ଏ.):  ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ବିଦେଇପୁର ପଞ୍ଚାୟତକୁ ଗତ ଶୁକ୍ରବାର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ନିର୍ବାଚନ ପ୍ରଚାରରେ ଯାଇଥିବା ବେଳେ ବିରୋଧ ପ୍ରଦର୍ଶନ କରାଯାଇଥିଲା। କେତେକ ବ୍ୟକ୍ତି ତାଙ୍କୁ ଓ ତାଙ୍କ ସମର୍ଥକଙ୍କୁ ଗାଳିଗୁଲଜ କରି ଅଟକ ରଖିଥିଲେ। ଏନେଇ ବିଧାୟକଙ୍କ ସମର୍ଥକ ରଙ୍ଗାଧର ଜେନାଙ୍କ ଅଭିଯୋଗ କ୍ରମେ କଷିଆ ସାମୁଦ୍ରିକ ଥାନାରେ ୧୭ ଜଣଙ୍କ ନଁାରେ ମାମଲା ରୁଜୁ କରାଯାଇଛି। ଏହାକୁ ନେଇ ରାଜନୀତି ସରଗରମ ଥିବାବେଳେ ଶନିବାର ରାତିରେ ଘଟଣାଟି ଭିନ୍ନ ମୋଡ଼ ନେଇଛି। ଅପରପକ୍ଷରୁ ସୁମିତ୍ରା ମଳିକଙ୍କ ପାଲଟା ଅଭିଯୋଗ କ୍ରମେ ଥାନାରେ ବିଧାୟକଙ୍କ ସମର୍ଥକଙ୍କ ବିରୋଧରେ ୨୬ ଜଣଙ୍କ ନଁାରେ ଏକ ମାମଲା (ନଂ.୧୮/୨୨) ରୁଜୁ ହୋଇଛି। ବିଧାୟକଙ୍କ ସହ ପ୍ରଚାର କରିବାକୁ ଆସିଥିବା ବ୍ୟକ୍ତିମାନେ ସୁମିତ୍ରା ଓ ତାଙ୍କ ସହଯୋଗୀଙ୍କୁ ଗାଳିଗୁଲଜ କରିଥିବା ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ମିଲର ଉଠାଉନାହାନ୍ତି ଧାନ: ଜିଲାପାଳଙ୍କ କାର୍ଯ୍ୟାଳୟରେ ଧାନ ବସ୍ତା ରଖି ପ୍ରତିବାଦ, ସମସ୍ୟାର ସମାଧାନ ନ ହେଲେ…

ଭଦ୍ରକ, ୧୩।୨(ସନାତନ ରାଉତ): ଭଦ୍ରକ ଜିଲାରେ ଧାନ କିଣା ଓ ମଣ୍ଡିରୁ ଧାନ ଉଠାଇବା ମିଲରମାନେ ବନ୍ଦ କରିଥିବାରୁ ଜିଲାରେ ଧାନ କିଣା ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି…

୧୨ ଘଣ୍ଟିଆ ଭାରତ ବନ୍ଦ: ଭଦ୍ରକରେ ଜୋରଦାର ପ୍ରଭାବ

ଭଦ୍ରକ, ୧୨।୨(ସନାତନ ରାଉତ):କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଡାକରାରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ କରାଯାଇଛି l ଭଦ୍ରକ ସହରରେ ଏହାର ଜୋରଦାର ପ୍ରଭାବ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ପ୍ରେମ କରୁଥିଲେ ଝିଅ; ମାଡ଼ ଖାଇଲେ ମା’-ମାଉସୀ

ଭଦ୍ରକ,୯।୨(ସନାତନ ରାଉତ):ପ୍ରେମ ବିବାହକୁ ବିରୋଧ କରିବାରୁ ଝିଅର ଶାଶୁଘର ଲୋକଙ୍କଠାରୁ ମାଡ଼ ଖାଇଲେ ମା’ ଓ ମାଉସୀ। ଅକ୍ରମଣରେ ମା’, ମାଉସୀଙ୍କ ସମେତ ୪ଜଣ ଆହତ ହୋଇଛନ୍ତି।…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍‌

ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri