ଯୋଜନାରୁ ବଞ୍ଚତ୍ତ ଭିନ୍ନକ୍ଷମ ଭଉଣୀଭାଇ

ଅମରପାଲି,୨୦ା୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତର ସଦର ଗ୍ରାମର ବିଦେଶୀ ସାହୁ(୪୦) ଓ ତାଙ୍କ ଭଉଣୀ ପ୍ରମୋଦିନୀ ସାହୁ(୩୫)। ଉଭୟେ ଏବେ ଦୁର୍ବିସହ ଜୀବନ ବିତାଉଛନ୍ତି। ବିଦେଶୀ ଶାରୀରିଭାବେ ଦୁର୍ବଳ ହୋଇଥିବା ବେଳେ ପ୍ରମୋଦିନୀ ମାନସିକ ଅନଗ୍ରସର। ପିଲାଦିନୁ ଉଭୟେ ବାପାଙ୍କୁ ହରାଇଥିଲେ। ବିଧବା ମା’ ଭତ୍ତା ବାବଦ ରାଶନ ସାମଗ୍ରୀ ସହିତ ପର ଘରେ କାମ କରି ଉଭୟଙ୍କୁ ପାଳୁଥିଲେ। ମାତ୍ର କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଲା। ଫଳରେ ସେମାନେ ପାଉଥିବା ସମସ୍ତ ସରକାରୀ ଯୋଜନା ବନ୍ଦ ହୋଇଗଲା।
ସରକାର କରୋନାରେ ମୃତବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରୁଥିଲେ ମଧ୍ୟ ତାଙ୍କ ପରିବାରକୁ କୌଣସି ସହାୟତା ମିଳିନାହିଁ। ଭଉଣୀ ଭାଇଙ୍କ ଆଧାର କାର୍ଡ କି ଭିନ୍ନକ୍ଷମ କାର୍ଡ ନାହିଁ। ଫଳରେ ସେମାନେ କୌଣସି ସରକାରୀ ସହାୟତା ପାଇ ପାରୁ ନାହାନ୍ତି। ଉଭୟେ ଏବେ ଭଙ୍ଗା ଘରେ ରହୁଛନ୍ତି। ବିଦେଶୀ ଏକ ହୋଟେଲରେ ବାସନ ଧୋଇ ଯାହା ପାଆନ୍ତି ସେଥିରୁ ଭଉଣୀଭାଇ ଭୋକ ମେଣ୍ଟାଉଛନ୍ତି। ଏନେଇ ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀଙ୍କୁ ପଚାରିବାରୁ ଉଭୟଙ୍କ ବିଷୟରେ ସୂଚନା ପାଇଥିବା କହିଛନ୍ତି। ଯଥାଶୀଘ୍ର ସରକାରୀ ବିଧିବ୍ୟବସ୍ଥାମତେ ଯେତିକି ସହାୟତା ହୋଇପାରିବ ସହଯୋଗ କରାଯିବ ବୋଲି କହିଥିଲେ। ଏଥିସହିତ କିଭଳି ଆଧାର କାର୍ଡ, ଭିନ୍ନକ୍ଷମ କାର୍ଡ ଓ ରାଶନ କାର୍ଡ କରାଯାଇ ପାରିବ ସେ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି। ଏନେଇ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌରଚରଣ ସାହୁଙ୍କୁ ପଚାରିବାରୁ ଆଧାର କାର୍ଡ ହେଲେ ଅନଲାଇନରେ ରାଶନ କାର୍ଡ ଆବେଦନ କରି ପିଡିଏସ୍‌ ଓ ଆଗ୍ରାଧିକାର ଭିତ୍ତିରେ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?