Posted inଖେଳ

ବିର୍ସା ମୁଣ୍ଡାରେ ମ୍ୟାଚ ଦେଖିଲେ ଭିନ୍ନକ୍ଷମ ଛାତ୍ରୀଛାତ୍ର

ରାଉରକେଲା ଅଫିସ, ୨୧।୧: ଭୁବନେଶ୍ୱରର ବିଭିନ୍ନ ଭିନ୍ନକ୍ଷମ ବିଦ୍ୟାଳୟରୁ ୧୬ ଜଣ ଛାତ୍ରୀଛାତ୍ର ଶୁକ୍ରବାର ରାଉରକେଲା ଆସି ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଶ୍ୱକପ୍‌ ମ୍ୟାଚ ଦେଖିଛନ୍ତି। ସେମାନେ ବିମାନ ଯୋଗେ ଆସିଥିଲେ ଏବଂ ବେଶ୍‌ ଉତ୍ସାହିତ ଥିଲେ। ଏହି ସୁଯୋଗ ପାଇଥିବାରୁ ସେମାନେ ରାଜ୍ୟ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଏଥିଲାଗି ଧନ୍ୟବାଦ ଜଣାଇଛନ୍ତି।
ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ତତ୍ତ୍ୱାବଧାନରେ ଏହି ଛାତ୍ରୀଛାତ୍ରମାନେ ଆସିଥିଲେ। ସୁନ୍ଦରଗଡ଼ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ସ୍ବାଗତ କରାଯାଇଥିଲା। ସ୍ବତନ୍ତ୍ର ବସ୍‌ରେ ସେମାନଙ୍କୁ ବିର୍ସା ମୁଣ୍ଡା ଷ୍ଟାଡିୟମକୁ ନିଆଯାଇଥିଲା।
ଷ୍ଟାଡିୟମରେ ଯେପରି ସୁବିଧାରେ ମ୍ୟାଚ ଦେଖିପାରିବେ ସେଥିଲାଗି ଭିନ୍ନକ୍ଷମମାନଙ୍କ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ସେମାନଙ୍କ ଲାଗି ସିଟ୍‌ ସଂରକ୍ଷିତ ଥିଲା। ବିମାନ ଯାତ୍ରା ସାଙ୍ଗକୁ ହକି ମ୍ୟାଚ ଦେଖା ସେମାନଙ୍କୁ ଆନନ୍ଦିତ କରିଥିଲା। ଭୁବନେଶ୍ୱରସ୍ଥିତ ଶ୍ରୀହର୍ଷ ମିଶ୍ର ମେମୋରିଆଲ ସ୍କୁଲ ଫର୍‌ ଦ ଏଚଆଇ, ଏସ୍‌ଆଇଇପି, ଜୁଏଲ୍ସ ଇଣ୍ଟରନ୍ୟାଶନାଲ ଚେତନା ଇନଷ୍ଟିଚ୍ୟୁଟ୍‌ ଫର ଇଣ୍ଟେଲେକଚୁଆଲ ଡିଜାବିଲିଟି ଏବଂ ଏନ୍‌ସିଏସ୍‌ସିଡିଏର ମୋଟ ୧୬ ଜଣ ଭିନ୍ନକ୍ଷମ ଛାତ୍ରୀଛାତ୍ର ସେମାନଙ୍କ ଅଭିଭାବକ ଏବଂ ସାମାଜିକ ସୁରକ୍ଷା ତଥା ସଶକ୍ତୀକରଣ ବିଭାଗର ଅଧିକାରୀମାନେ ରାଉରକେଲା ଆସିଛନ୍ତି।
ରାଉରକେଲାରେ ଏହି ଛାତ୍ରୀଛାତ୍ରୀମାନଙ୍କୁ ସ୍ବାଗତ କରାଯିବା ବେଳେ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭୈରବ ସିଂ ପଟେଲ, ସୁନ୍ଦରଗଡ଼ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଅଶୋକ କୁମାର ହାବଡ଼ାସିଂ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri