୪ ଘଣ୍ଟାର ଦୂରତା, ହେଲେ ପ୍ରଧାନମନ୍ତ୍ରୀଙ୍କୁ ଏଠାକୁ ଆସିବାକୁ ଲାଗିଗଲା ୪୦ ବର୍ଷ, ଏମିତି କାହିଁକି କହିଲେ ମୋଦି

କୁଏତ ସିଟି,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କୁଏତ ଗସ୍ତରେ ଅଛନ୍ତି। ଶନିବାର (ଡିସେମ୍ବର ୨୧, ୨୦୨୪)ରେ ଏକ କାର୍ଯ୍ୟକ୍ରମ ‘ହାଲା ମୋଦି’କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ଭିଡ଼କୁ ଦେଖି ସେ ଅନୁଭବ କରିଛନ୍ତି ଯେ ସେ ତାଙ୍କ ସାମ୍ନାରେ ଏକ ଛୋଟ ହିନ୍ଦୁସ୍ତାନ ବା ଭାରତ ଦେଖିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ କହିଛନ୍ତି ଯେ କୁଏତର ଭାରତଠାରୁ ଦୂରତା ମାତ୍ର ୪ ଘଣ୍ଟା କିନ୍ତୁ କୌଣସି ପ୍ରଧାନମନ୍ତ୍ରୀ ଏଠାକୁ ଆସିବାକୁ ୪ ଦଶନ୍ଧି ସମୟ ଲାଗିଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହି ମୁହୂର୍ତ୍ତ ମୋ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ୪ଦଶନ୍ଧିରୁ ଅଧିକ ସମୟ ପରେ ଅର୍ଥାତ୍‌ ୪୩ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ କୁଏତକୁ ଆସିଛନ୍ତି। ଭାରତରୁ ଏଠାକୁ ଆସିବାକୁ ୪ ଘଣ୍ଟା ସମୟ ଲାଗିଛି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ୪ ଦଶନ୍ଧି ସମୟ ଲାଗିଛି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଅଢେଇ ଘଣ୍ଟା ପୂର୍ବରୁ କୁଏତରେ ପହଞ୍ଚିଛି। ଯେବେଠୁ ମୁଁ ଏଠାକୁ ପାଦ ଦେଇଛି, ମୁଁ ଏକ ଭିନ୍ନ ପ୍ରକାରର, ଏକ ଭିନ୍ନ ଉଷ୍ମତା ଅନୁଭବ କରୁଛି। ଆପଣ ସମସ୍ତେ ଭାରତର ବିଭିନ୍ନ ରାଜ୍ୟରୁ ଆସିଛନ୍ତି। କିନ୍ତୁ ଆପଣ ସମସ୍ତଙ୍କୁ ଦେଖିବା ପରେ ଲାଗୁଛି ଯେପରି ମୋ ସାମ୍ନାରେ ଏକ ଛୋଟ ଭାରତ ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri