୪ ଘଣ୍ଟାର ଦୂରତା, ହେଲେ ପ୍ରଧାନମନ୍ତ୍ରୀଙ୍କୁ ଏଠାକୁ ଆସିବାକୁ ଲାଗିଗଲା ୪୦ ବର୍ଷ, ଏମିତି କାହିଁକି କହିଲେ ମୋଦି

କୁଏତ ସିଟି,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କୁଏତ ଗସ୍ତରେ ଅଛନ୍ତି। ଶନିବାର (ଡିସେମ୍ବର ୨୧, ୨୦୨୪)ରେ ଏକ କାର୍ଯ୍ୟକ୍ରମ ‘ହାଲା ମୋଦି’କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ଭିଡ଼କୁ ଦେଖି ସେ ଅନୁଭବ କରିଛନ୍ତି ଯେ ସେ ତାଙ୍କ ସାମ୍ନାରେ ଏକ ଛୋଟ ହିନ୍ଦୁସ୍ତାନ ବା ଭାରତ ଦେଖିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଏହା ମଧ୍ୟ କହିଛନ୍ତି ଯେ କୁଏତର ଭାରତଠାରୁ ଦୂରତା ମାତ୍ର ୪ ଘଣ୍ଟା କିନ୍ତୁ କୌଣସି ପ୍ରଧାନମନ୍ତ୍ରୀ ଏଠାକୁ ଆସିବାକୁ ୪ ଦଶନ୍ଧି ସମୟ ଲାଗିଛି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଏହି ମୁହୂର୍ତ୍ତ ମୋ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ୪ଦଶନ୍ଧିରୁ ଅଧିକ ସମୟ ପରେ ଅର୍ଥାତ୍‌ ୪୩ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ କୁଏତକୁ ଆସିଛନ୍ତି। ଭାରତରୁ ଏଠାକୁ ଆସିବାକୁ ୪ ଘଣ୍ଟା ସମୟ ଲାଗିଛି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କ ପାଇଁ ୪ ଦଶନ୍ଧି ସମୟ ଲାଗିଛି। ସେ ଆହୁରି ମଧ୍ୟ କହିଛନ୍ତି, ମୁଁ ଅଢେଇ ଘଣ୍ଟା ପୂର୍ବରୁ କୁଏତରେ ପହଞ୍ଚିଛି। ଯେବେଠୁ ମୁଁ ଏଠାକୁ ପାଦ ଦେଇଛି, ମୁଁ ଏକ ଭିନ୍ନ ପ୍ରକାରର, ଏକ ଭିନ୍ନ ଉଷ୍ମତା ଅନୁଭବ କରୁଛି। ଆପଣ ସମସ୍ତେ ଭାରତର ବିଭିନ୍ନ ରାଜ୍ୟରୁ ଆସିଛନ୍ତି। କିନ୍ତୁ ଆପଣ ସମସ୍ତଙ୍କୁ ଦେଖିବା ପରେ ଲାଗୁଛି ଯେପରି ମୋ ସାମ୍ନାରେ ଏକ ଛୋଟ ଭାରତ ଦେଖା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?