ନୂଆଁଖାଇରେ ଉଦାହରଣ ପାଲଟିଲେ ଡାକ୍ତର ଦମ୍ପତି

ବରଗଡ଼ ଅଫିସ,୧ା୯: ଗୁରୁବାର ମହାନ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ବର୍ତ୍ତମାନ ଚଳଚଞ୍ଚଳ ସମଗ୍ର ପଶ୍ଚିମ ଓଡ଼ିଶା। ପୂର୍ବରୁ ସମଲେଶ୍ବରୀଙ୍କ ପୀଠରେ ପଣ୍ଡିତମାନଙ୍କ ଦ୍ବାରା ଲଗ୍ନ ନିର୍ଦ୍ଧାରିତ କରିଥିଲେ। ଏହା ପରଠୁ ଅଞ୍ଚଳରେ ଉତ୍ସବର ମାହୋଲ ଆରମ୍ଭ ହୋଇଥିଲା। ଘର ଲିପାପୋଛା ହେଉ ଅବା କିଣାବିକା କରିବାରେ ସମସ୍ତେ ବ୍ୟସ୍ତ ଥିବା ଦେଖିବାକୁ ମିଳୁଥିଲା। ଚାଷୀର ପ୍ରଥମ ଅମଳକୁ ଇଷ୍ଟଦେବୀଙ୍କ ନିକଟରେ ସମର୍ପଣ କରିବା ପରେ ସମସ୍ତେ ନିଜ ନିଜ ପରିବାର ନବାନ୍ନ ଭକ୍ଷଣ କରିଛନ୍ତି। କିନ୍ତୁ ଏହି ସବୁ ଭିତରେ ରେଳ ଷ୍ଟେଶନ, ବସ୍‌ ଷ୍ଟାଣ୍ଡ, ରାତ୍ର ଆଶ୍ରୟସ୍ଥଳୀରେ ଜୀବନ କାଟୁଥିବା ଲୋକଙ୍କ ପାଇଁ ନୂଆଁଖାଇ ଦିନ ଅନେକ ଅସୁବିଧା ହୋଇଥାଏ। ନୂଆଁଖାଇ ପର୍ବ ପାଇଁ ହୋଟେଲଗୁଡ଼ିକ ବନ୍ଦଥିବାରୁ ଏମାନଙ୍କୁ ସେଦିନ ଖାଇବା ପାଇଁ ମଧ୍ୟ ମିଳେନାହିଁ। ଏହାକୁ ଦୃଷ୍ଟିରେ ରଖି ଗତବର୍ଷ ଠାରୁ ବରଗଡ଼ର ଜଣାଶୁଣା ଡାକ୍ତର ସୁସ୍ମିତା ଦାଶ ଏବଂ ଡାକ୍ତର ରାଜେଶ ତ୍ରିପାଠୀ ବାସହୀନଙ୍କ ସହିତ ନିଜ ଘରେ ନୂଆଁଖାଇ ପାଳନ ପାଇଁ ନିଷ୍ପତ୍ତି ନେଇଥିଲେ। ଚଳିତ ବର୍ଷ ମଧ୍ୟ ଏହି କାର୍ଯ୍ୟକ୍ରମ ଆୟୋଜନ କରି ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରିଛନ୍ତି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଅନେକ ଦିନ ପୂର୍ବରୁ କରାଯାଇଥିବା ସେମାନେ କହିଥିଲେ। ବାସହୀନଙ୍କ ସହିତ ନବାନ୍ନ ଖାଇବା ପରେ ସମସ୍ତଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ ଡାକ୍ତର ଦମ୍ପତି। ନିଜ ପରିବାରଠାରୁ ନିର୍ଯାତିତ ହୋଇ ଆଶ୍ରୟସ୍ଥଳୀରେ ରହୁଥିବା ଅନ୍ତେବାସୀମାନେ ଡାକ୍ତର ପରିବାର ସହିତ ନୂଆଁ ଖାଇବା ସମୟରେ ଭାବବିହ୍ବଳ ହୋଇଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri