ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ତାଙ୍କ ଅଭିଯୋଗ କ୍ରମେ ନୂଆପଡା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ ସାହୁଙ୍କ ନାମରେ ପୋଲିସ ମାମଲା (ନଂ.୬୯/୨୨) ରୁଜୁକରି ତଦନ୍ତ କରୁଛି। ପୋଲିସ ତଦନ୍ତ ଆଳରେ ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରୁ ନ ଥିବା କୁହାଯାଉଛି। ଅନ୍ୟପଟେ ଡାକ୍ତର ସାହୁ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି।
ସୂଚନା କ୍ରମେ ଡାକ୍ତର କମଳାକାନ୍ତ ବୁର୍ଲା ଭିମ୍‌ସାରରେ ପଢୁଥିବା ସମୟରେ ଯୁବତୀ ଜଣଙ୍କ ନିଜ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଯାଇଥିଲେ। ଏହି ସମୟରେ ଡାକ୍ତର ଯୁବତୀଙ୍କ ସହ ସମ୍ପର୍କ ବଢାଇଥିଲେ। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ କମଳାକାନ୍ତ ଯୁବତୀଙ୍କୁ ବାହାରକୁ ବୁଲାଇନେବାକୁ କହି ନିଶାବଟିକା ଦେଇ ବଳାତ୍କାର କରିଥିଲେ। ଯୁବତୀ ଜଣକ ଗର୍ଭଧାରଣ କରିଥିବା ଜାଣିବା ପରେ ଅଭିଯୁକ୍ତ ଡାକ୍ତର ତାଙ୍କୁ ଔଷଧ ଦେଇ ଗର୍ଭପାତ କରିଥିଲେ। ପରେ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥଲେ। ଯୁବତୀ ପୁଣିଥରେ ଗର୍ଭଧାରଣ କରିବାରୁ ଡାକ୍ତର ତାଙ୍କ ଗର୍ଭପାତ କରିଥିଲେ। କମଳାକାନ୍ତଙ୍କ ନୂଆପଡା ଜିଲାରେ ପୋଷ୍ଟିଂ ହେବା ପରେ ଯୁବତୀଙ୍କଠାରୁ ଦୂରେଇ ଯାଇଥିଲେ। ତାଙ୍କୁ ବିବାହ କରିବାକୁ ଯୁବତୀ କହିବାକୁ ସେ ମନା କରି ଦେଇଥିଲେ। ଶେଷରେ ଅନ୍ୟ ଉପାୟ ନ ପାଇ ଯୁବତୀ ଜଣଙ୍କ ଆଇନର ଆଶ୍ରୟ ନେଇଛନ୍ତି। ଜଣେ ଡାକ୍ତର ହୋଇ ଗର୍ଭପାତ କରାଇବା ଓ ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଉଛି। ଏ ସମ୍ପର୍କରେ ବୁର୍ଲା ଥାନା ଅଧିକାରୀ କମଳ ଲୋଚନ ପଣ୍ଡା କହିଛନ୍ତି, ଯୁବତୀଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା ରୁଜୁ ହୋଇଛି। ଯୁବତୀଙ୍କ ଡାକ୍ତରୀ ମାଇନା ସହ ୧୬୪ରେ ବୟାନ ରେକର୍ଡ କରାଯାଇଛି। ପ୍ରମାଣ ସଂଗ୍ରହ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?