ନିଶାବଟିକା ଦେଇ ଡାକ୍ତରଙ୍କ ଶାରୀରିକ ସମ୍ପର୍କ

ସମ୍ବଲପୁର,୫ା୨(ବ୍ୟୁରୋ): ନିଶା ବଟିକା ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଜଣେ ଡାକ୍ତର। ସମ୍ବଲପୁର ଜିଲା ବୁର୍ଲା ଥାନାରେ ଗତ ୧ତାରିଖରେ ଏହି ଅଭିଯୋଗ ଆଣିଛନ୍ତି ଯୁବତୀ ଜଣକ। ତାଙ୍କ ଅଭିଯୋଗ କ୍ରମେ ନୂଆପଡା ଜିଲାରେ କାର୍ଯ୍ୟରତ ଡାକ୍ତର କମଳାକାନ୍ତ ସାହୁଙ୍କ ନାମରେ ପୋଲିସ ମାମଲା (ନଂ.୬୯/୨୨) ରୁଜୁକରି ତଦନ୍ତ କରୁଛି। ପୋଲିସ ତଦନ୍ତ ଆଳରେ ଅଭିଯୁକ୍ତ ଡାକ୍ତରଙ୍କୁ ଗିରଫ କରୁ ନ ଥିବା କୁହାଯାଉଛି। ଅନ୍ୟପଟେ ଡାକ୍ତର ସାହୁ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି।
ସୂଚନା କ୍ରମେ ଡାକ୍ତର କମଳାକାନ୍ତ ବୁର୍ଲା ଭିମ୍‌ସାରରେ ପଢୁଥିବା ସମୟରେ ଯୁବତୀ ଜଣଙ୍କ ନିଜ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଯାଇଥିଲେ। ଏହି ସମୟରେ ଡାକ୍ତର ଯୁବତୀଙ୍କ ସହ ସମ୍ପର୍କ ବଢାଇଥିଲେ। ଧୀରେ ଧୀରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ପରେ କମଳାକାନ୍ତ ଯୁବତୀଙ୍କୁ ବାହାରକୁ ବୁଲାଇନେବାକୁ କହି ନିଶାବଟିକା ଦେଇ ବଳାତ୍କାର କରିଥିଲେ। ଯୁବତୀ ଜଣକ ଗର୍ଭଧାରଣ କରିଥିବା ଜାଣିବା ପରେ ଅଭିଯୁକ୍ତ ଡାକ୍ତର ତାଙ୍କୁ ଔଷଧ ଦେଇ ଗର୍ଭପାତ କରିଥିଲେ। ପରେ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥଲେ। ଯୁବତୀ ପୁଣିଥରେ ଗର୍ଭଧାରଣ କରିବାରୁ ଡାକ୍ତର ତାଙ୍କ ଗର୍ଭପାତ କରିଥିଲେ। କମଳାକାନ୍ତଙ୍କ ନୂଆପଡା ଜିଲାରେ ପୋଷ୍ଟିଂ ହେବା ପରେ ଯୁବତୀଙ୍କଠାରୁ ଦୂରେଇ ଯାଇଥିଲେ। ତାଙ୍କୁ ବିବାହ କରିବାକୁ ଯୁବତୀ କହିବାକୁ ସେ ମନା କରି ଦେଇଥିଲେ। ଶେଷରେ ଅନ୍ୟ ଉପାୟ ନ ପାଇ ଯୁବତୀ ଜଣଙ୍କ ଆଇନର ଆଶ୍ରୟ ନେଇଛନ୍ତି। ଜଣେ ଡାକ୍ତର ହୋଇ ଗର୍ଭପାତ କରାଇବା ଓ ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଘଟଣାକୁ ସାଧାରଣରେ ନିନ୍ଦା କରାଯାଉଛି। ଏ ସମ୍ପର୍କରେ ବୁର୍ଲା ଥାନା ଅଧିକାରୀ କମଳ ଲୋଚନ ପଣ୍ଡା କହିଛନ୍ତି, ଯୁବତୀଙ୍କ ଅଭିଯୋଗ କ୍ରମେ ଥାନାରେ ମାମଲା ରୁଜୁ ହୋଇଛି। ଯୁବତୀଙ୍କ ଡାକ୍ତରୀ ମାଇନା ସହ ୧୬୪ରେ ବୟାନ ରେକର୍ଡ କରାଯାଇଛି। ପ୍ରମାଣ ସଂଗ୍ରହ କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri