ନିଜେ ରୋଗୀ ହୋଇ ଡାକ୍ତର କରୁଛନ୍ତି ରୋଗୀ ସେବା, Video Viral

ଗଜପତି,୧ା୨(ଗିରିଧାରୀ ପରିଚ୍ଛା): ଡ୍ୟୁଟିରେ ଥିବା ଡାକ୍ତର  ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିବା ଓ ନିଜ ଦେହରେ ସାଲାଇନ୍‌ ଲାଗିଥିବା ସମୟରେ ରୋଗୀ ଚିକିତ୍ସା ପାଇଁ ଆସିଥିବା ବେଳେ ନିଜ କର୍ତ୍ତବ୍ୟକୁ ଅବହେଳା ନକରି ରୋଗୀ ସେବା କରୁଥିବା ଦେଖି ତାଙ୍କର ନିଷ୍ଠା ପାଇଁ ସେ ସମସ୍ତଙ୍କ ହୃଦୟ ଜିତିଛନ୍ତି। ଗଜପତି ଜିଲା ଆର୍‌.ଉଦୟଗିରି ବ୍ଲକ ରମାଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଡାକ୍ତର ବ୍ରଜରାଜ କର। ଏହି ଡାକ୍ତରଖାନାରେ ସେ ଜଣେ ମାତ୍ର ଡାକ୍ତର ଥିବାରୁ ସ୍ବାସ୍ଥ୍ୟଗତ କାରଣରୁ ସେ ଛୁଟି ନେଇ ପାରି ନ ଥିଲେ। ଓପିଡିରେ ରୋଗୀ ଅପେକ୍ଷା କରିଥିବା ଦେଖି ନିଜ ଶରୀରରେ ସାଲାଇନ୍‌ ଲାଗିଥିବା ଅବସ୍ଥାରେ ଆସି ରୋଗୀ ସେବା କରିଥିଲେ।

ଏହି ଭିଡିଓ ଭାଇରାଲ ହେବା ପରେ ନିଜେ ଅସୁସ୍ଥ ଥାଇ ଦେହରେ ସାଲାଇନ୍‌ ଲାଗିଥିବା ଅବସ୍ଥାରେ ମଧ୍ୟ ରୋଗୀଙ୍କ ସେବା ଜାରି ରଖିଥିବା ଗଜପତି ଜିଲା ରାମଗିରି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ବ୍ରଜରାଜ କରଙ୍କ ସହ ଫୋନ ଯୋଗେ କଥା ହୋଇ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରଙ୍କ ଏହିଭଳି ସମର୍ପଣ ଭାବ ପାଇଁ ମନ୍ତ୍ରୀ ତାଙ୍କୁ ସାଧୁବାଦ ଜଣାଇବା ସହ ସନ୍ଥ କବି ଭୀମଭୋଇଙ୍କ ଉକ୍ତି ମୋ’ ଜୀବନେ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ’ ଏହି ଉକ୍ତିକୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି ବୋଲି କହିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ତାଙ୍କର ଆଶୁ ଆରୋଗ୍ୟ ଏବଂ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିବ ୩୦୦ ୟୁନିଟ୍‌ର ମାଗଣା ବିଜୁଳି; ଜାଣନ୍ତୁ କେମିତି କରିବେ ଏହି ସରକାରୀ ଯୋଜନାରେ ଆବେଦନ…

ନୂଆଦିଲ୍ଲୀ,୨୬।୬: ବର୍ତ୍ତମାନ ସମୟରେ ଗରମ ନିଜ ଚରମରେ ପହଞ୍ଚି ସାରିଛି । ମଝିରେ ମଝିରେ ବର୍ଷା ହେଉଥିଲେ ମଧ୍ୟ ଗରମ ଉପରେ କୌଣସି ପ୍ରକାରର ପ୍ରଭାବ ପଡୁଥିବା…

ଗୋଷ୍ଠୀକେନ୍ଦ୍ର ଗୃହ ନିର୍ମାଣରେ ଅର୍ଥ ଆତ୍ମସାତ: ଜିଲାପାଳଙ୍କ ନିକଟରେ ଦାବି କଲେ ଗ୍ରାମବାସୀ

କେସିଙ୍ଗା,୨୭।୬( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ରତନପଡ଼ାସ୍ଥିତ ଦୁର୍ଗା ମନ୍ଦିର ପରିସରରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (WODC) ଆର୍ଥିକ ବର୍ଷ…

ଆମେରିକାର ବୈଦେଶିକ ସଚିବ ରୁବିଓଙ୍କ ବଡ଼ ଘୋଷଣା: ଭାରତ ଆସିବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୭।୬: ଭାରତ ଏବଂ ଆମେରିକା ମଧ୍ୟରେ ରଣନୈତିକ ଏବଂ ବାଣିଜ୍ୟିକ ସମ୍ପର୍କରେ ଏକ ନୂତନ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। ଏହା ଆମେରିକାର ବୈଦେଶିକ ସଚିବ ମାର୍କୋ…

ଭେନେଜୁଏଲା ପରେ ଥରିଲା ପାକିସ୍ତାନ

ଇସଲାମାବାଦ,୨୭।୬: ଶନିବାର ସକାଳେ ପାକିସ୍ତାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାଦ୍ୱାରା ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ। ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ…

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ…

କେନ୍ଦ୍ରମନ୍ତ୍ରୀଙ୍କ ଜନ୍ମଦିନରେ ମହତ୍‌ କାମ କରି ଚର୍ଚ୍ଚାରେ ବିଧାୟକ: ରେକର୍ଡ ସଂଖ୍ୟକ…

ଗଞ୍ଜାମ,୨୭।୬(ବିଦ୍ୟାଧର ସାହୁ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମ ଦିବସ ଉପଲକ୍ଷେ ଛତ୍ରପୁରଠାରେ ଏକ ମେଗା ରକ୍ତଦାନ ଶିବିରର ଆୟୋଜନ କରିଥିଲେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଲୋକପ୍ରିୟ ବିଧାୟକ…

ଶିଶୁପୁତ୍ର ଉଦ୍ଧାର ଘଟଣା , ପୋଷ୍ୟ ସଂସ୍ଥାକୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସର ପରିତ୍ୟକ୍ତ ଜମିରୁ, ଶୁକ୍ରବାର ସାରେ ପୋଲିସ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ: ଶୋଭାଯାତ୍ରାବେଳେ ଟେକାପଥର ମାଡ଼

ବାଲେଶ୍ୱର, ୨୭।୬( ବାଞ୍ଛାନିଧି ଦେ): ବାଲେଶ୍ୱର ସହରର ଦରଘା ମଇଦାନରେ ଗୋଷ୍ଠୀ ସଂଘର୍ଷ ଘଟିଛି l ଏହି ସଂଘର୍ଷରେ ୨୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri