୨୦ ହଜାର ଲୋକଙ୍କୁ ଚିକିତ୍ସା ଯୋଗାଉଛନ୍ତି ଜଣେ ଡାକ୍ତର

ପୋଟେରୁ,୨୬।୪ (ଡି.ଏନ୍‌.ଏ.) ଅବ୍ୟବସ୍ଥାରେ ଚାଲିଛି ଏମ୍‌ଭି-୫୫ସ୍ଥିତ ସ୍ବାସ୍ଥ୍ୟକେନ୍ଦ୍ର। ପୋଟେରୁ ଆଖପାଖର ୪ଟି ପଞ୍ଚାୟତର ୨୦ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭରକରନ୍ତି। ଏତେ ସଂଖ୍ୟକ ଲୋକଙ୍କ ପାଇଁ ଏଠାରେ ରହିଛନ୍ତି ଜଣେ ମାତ୍ର ଡାକ୍ତର। ଏଠାରେ ଆମ୍ବୁଲାନ୍ସ ନାହିଁ କି ନାହାନ୍ତି ଆବଶ୍ୟକ ସଂଖ୍ୟକ କର୍ମଚାରୀ। କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଏହି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଚିତ୍ରାଙ୍ଗପଲ୍ଲି, ବଦିଲି, ଗୁମୁକା ଓ ଉଣ୍ଡୁରୁକୋଣ୍ଡା ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ବିଭିନ୍ନ ସମୟରେ ଆହତ ରୋଗୀ ଆସିଲେ ତାଙ୍କ ପଟି ବାନ୍ଧିବା କାମ ମଧ୍ୟ ଡାକ୍ତର ଜଣକ କରୁଥିବା ଦେଖିବାକୁ ମଳେ। ଆମ୍ବୁଲାନ୍ସ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ମାସରେ କାଳିପୂଜା ଭସାଣି ବେଳେ ନିଆଁ ଲାଗି ୮ ଜଣ ଗୁରୁତର ହୋଇପଡ଼ିଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବିପଦପୂର୍ଣ୍ଣ ଅବସ୍ଥାରେ ସ୍ଥାନାନ୍ତର କରିବାକୁ ପଡ଼ିଥିଲା। ପ୍ରତି ମାସରେ ୧୫ରୁ ଊଦ୍ଧର୍‌ବ ଗର୍ଭବତୀ ଓ ପ୍ରସୂତି ମା’ ଏହି ସ୍ବାସ୍ଥ୍ୟକେନ୍ଦ୍ରରୁ ସେବା ପାଉଥିବା ବେଳେ ଗର୍ଭବତୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ କୌଣସି ସୁବିଧା ନାହିଁ। ମା’ଗୃହର ମଧ୍ୟ ବ୍ୟବସ୍ଥା ନାହିଁ ବୋଲି ଗ୍ରାମବାସୀ କହିଛନ୍ତି । ଏ ନେଇ ଗ୍ରାମବାସୀ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଜଣାଉଥିଲେ ମଧ୍ୟ କେହି ଦୃଷ୍ଟି ଦେଉନାହାନ୍ତି। ଏ ନେଇ କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡ. ଆବିଦ ହୁସେନଙ୍କୁ ପଚାରିବାରୁ ସେ କହିଲେ, ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆବଶ୍ୟକ ମୁତାବକ କର୍ମଚାରୀ ଓ ଆମ୍ବୁଲାନ୍ସ ଯୋଗାଇଦେବାକୁ ସେ ଜିଲାସ୍ତରୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ତୁରନ୍ତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ଆବଶ୍ୟକ ସଂଖ୍ୟକ କର୍ମଚାରୀ, ଆମ୍ବୁଲାନ୍ସ ଓ ମା’ ଗୃହର ବ୍ୟବସ୍ଥା କରିବାକୁ ଗ୍ରାମର ରଞ୍ଜନ ମଣ୍ଡଳ, ରତନ ମଜୁମଦାର, ଦେବାଶିଷ ବଛାଡ, ପଙ୍କଜ ବୈରାଗୀ, ରଞ୍ଜିତ ମଣ୍ଡଳଙ୍କ ସହ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri