ଘରୋଇ ଚିକିତ୍ସା କଲେ ଚାକିରିରୁ ବିଦା ହେବେ ଡାକ୍ତର

ବ୍ରହ୍ମପୁର,୨୭।୪(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲର ବିଭିନ୍ନ ବିଭାଗରେ କାର୍ଯ୍ୟରତ ସିନିୟର୍‌ ରେସିଡେଣ୍ଟ(ଏସ୍‌ଆର) ତଥା ଟ୍ୟୁଟରମାନେ ଘରୋଇ ମେଡିକାଲରେ ରୋଗୀ ଚିକିତ୍ସା କରୁଥିବା ନେଇ ବାରମ୍ବାର ଅଭିଯୋଗ ଆସୁଛି।

ଏହା ଉପରେ ଅଂକୁଶ ଲଗାଇବା ପାଇଁ ଏମ୍‌କେସିଜି କର୍ତ୍ତୃପକ୍ଷ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏମ୍‌କେସିଜିରେ କାର୍ଯ୍ୟରତ ଏସଆର୍‌, ଜେଆର୍‌ ଓ ଟ୍ୟୁଟର୍‌ ଘରୋଇ ଡାକ୍ତରଖାନାରେ ରୋଗୀ ଚିକିତ୍ସା କରିବେ ନାହିଁ ବୋଲି ସତ୍ୟପାଠ ଦାଖଲ କରିବେ। ଯଦି କେହି ଘରୋଇ ଡାକ୍ତରଖାନାରେ ଚିକିତ୍ସା କରୁଥିବା ଜଣାପଡେ, ତେବେ ତାଙ୍କୁ ଚାକିରିରୁ ବାହାର କରାଯିବାକୁ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ଅଧ୍ୟକ୍ଷ ତଥା ଡିନ ପ୍ରତ୍ୟେକ ବିଭାଗ ମୁଖ୍ୟଙ୍କୁ ଚିଠି ଜାରି କରିଛନ୍ତି।

ଏହା ସହିତ ସେହି ଡାକ୍ତରମାନଙ୍କ କାର୍ଯ୍ୟଶୈଳୀ ରିପୋର୍ଟ ପ୍ରଦାନ କରିବାକୁ ମଧ୍ୟ କୁହାଯାଇଛି। କିଛିଦିନ ତଳେ ଜଣେ ଏସଆର୍‌ ଗୋଇଲୁଣ୍ଡିସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରୁଥିବା ନେଇ ଜଣାପଡିଥିଲା। ସେଥିନେଇ ଏମକେସିଜିର ଡିନ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଏବେ ପ୍ରତ୍ୟେକ ଏସଆର୍‌, ଜେଆର୍‌ ଓ ଟ୍ୟୁଟର୍‌ ଘରୋଇ ଡାକ୍ତରଖାନାରେ କାମ କରିବେ ନାହିଁ ବୋଲି ଲିଖିତ ଆକାରରେ ଦାଖଲ କରିବେ। ପ୍ରତ୍ୟେକ ବିଭାଗୀୟ ମୁଖ୍ୟ ଏହି କାର୍ଯ୍ୟକୁ ତଦାରଖ କରିବାକୁ ଡିନ ତଥା ଅଧ୍ୟକ୍ଷ ନିର୍ଦ୍ଦେଶନାମା ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri