Posted inଖେଳ

କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ନୂଆଦିଲ୍ଲୀ,୧୯।୫ (ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି। ପ୍ରଯୋଜକ ତଥା ବ୍ୟବସାୟୀ ଜୋୟିତା ରଏ ଓ ପ୍ରତୀକ କୁମାର ମିଶ୍ର ଏହି ଡକ୍ୟୁମେଣ୍ଟାରୀ ନିର୍ମାଣ କରୁଛନ୍ତି। ଏଥିରେ ଧ୍ୟାନଚାନ୍ଦଙ୍କ ବାଲ୍ୟଜୀବନ ଓ ସଂଘର୍ଷକୁ ଲୋକଙ୍କ ସମ୍ମୁଖରେ ଉପସ୍ଥାପନ କରିବାକୁ ପ୍ରୟାସ କରାଯାଉଛି। ଜୋୟିତା ଓ ପ୍ରତୀକ ଧ୍ୟାନଚାନ୍ଦଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ଡିଜିଟାଲ ଅଭିଯାନ ଜାରି ରଖିଛନ୍ତି ଓ ଏହା ମାଧ୍ୟମରେ ଦାବି ଉପସ୍ଥାପନ କରିଛନ୍ତି।
ଏ ସଂକ୍ରାନ୍ତରେ ଧ୍ୟାନଚାନ୍ଦଙ୍କ ପୁଅ ତଥା ପୂର୍ବତନ ହକି ଖେଳାଳି ଅଶୋକ ଧ୍ୟାନଚାନ୍ଦଙ୍କ ସହ ପ୍ରଯୋଜକମାନେ ଆଲୋଚନା କରିଛନ୍ତି। ୨୦୨୦ରେ ଝାନ୍‌ସୀ ଓ ଆଲ୍ଲହାବାଦ୍‌ରେ ଶୁଟିଂ ଆରମ୍ଭ କରିବାକୁ ଯୋଜନା କରାଯାଇଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଶୁଟିଂ ଆରମ୍ଭରେ ବିଳମ୍ବ ହୋଇଥିଲା। ଜୁନ୍‌ରେ ପ୍ରି-ପ୍ରଡକ୍ସନ କାର୍ଯ୍ୟ ଆରମ୍ଭ ହେବ। ଏହି ପ୍ରାମାଣିକ ଚଳଚ୍ଚିତ୍ର ଡିସେମ୍ବର ୩ରେ ଧ୍ୟାନଚାନ୍ଦଙ୍କ ଶ୍ରାଦ୍ଧବାର୍ଷିକୀରେ ମୁକ୍ତିଲାଭ କରିବ। ଭାରତୀୟ ହକିରେ ଧ୍ୟାନଚାନ୍ଦଙ୍କୁ ସର୍ବଶ୍ରେଷ୍ଠ ଖେଳାଳି ବିବେଚନା କରାଯାଏ। ସେ ୧୯୨୮, ୧୯୩୨ ଓ ୧୯୩୬ରେ ଅଲିମ୍ପିକ ସ୍ବର୍ଣ୍ଣପଦକ ହାସଲ କରିଥିଲେ। ୧୯୨୬ରୁ ୧୯୪୯ ମଧ୍ୟରେ ସେ ଭାରତ ପାଇଁ ଅନ୍ତର୍ଜାତୀୟ ହକିରେ ୧୮୫ଟି ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିଲେ ଓ ୫୭୦ଟି ଗୋଲ ସ୍କୋର କରିଥିଲେ। ୧୯୫୬ରେ ତାଙ୍କୁ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ତାଙ୍କ ଜନ୍ମଦିନ ୨୯ ଅଗଷ୍ଟକୁ ଭାରତରେ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri