Posted inଖେଳ

କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ନୂଆଦିଲ୍ଲୀ,୧୯।୫ (ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି। ପ୍ରଯୋଜକ ତଥା ବ୍ୟବସାୟୀ ଜୋୟିତା ରଏ ଓ ପ୍ରତୀକ କୁମାର ମିଶ୍ର ଏହି ଡକ୍ୟୁମେଣ୍ଟାରୀ ନିର୍ମାଣ କରୁଛନ୍ତି। ଏଥିରେ ଧ୍ୟାନଚାନ୍ଦଙ୍କ ବାଲ୍ୟଜୀବନ ଓ ସଂଘର୍ଷକୁ ଲୋକଙ୍କ ସମ୍ମୁଖରେ ଉପସ୍ଥାପନ କରିବାକୁ ପ୍ରୟାସ କରାଯାଉଛି। ଜୋୟିତା ଓ ପ୍ରତୀକ ଧ୍ୟାନଚାନ୍ଦଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ଡିଜିଟାଲ ଅଭିଯାନ ଜାରି ରଖିଛନ୍ତି ଓ ଏହା ମାଧ୍ୟମରେ ଦାବି ଉପସ୍ଥାପନ କରିଛନ୍ତି।
ଏ ସଂକ୍ରାନ୍ତରେ ଧ୍ୟାନଚାନ୍ଦଙ୍କ ପୁଅ ତଥା ପୂର୍ବତନ ହକି ଖେଳାଳି ଅଶୋକ ଧ୍ୟାନଚାନ୍ଦଙ୍କ ସହ ପ୍ରଯୋଜକମାନେ ଆଲୋଚନା କରିଛନ୍ତି। ୨୦୨୦ରେ ଝାନ୍‌ସୀ ଓ ଆଲ୍ଲହାବାଦ୍‌ରେ ଶୁଟିଂ ଆରମ୍ଭ କରିବାକୁ ଯୋଜନା କରାଯାଇଥିଲା। ତେବେ କୋଭିଡ୍‌-୧୯ ମହାମାରୀ କାରଣରୁ ଶୁଟିଂ ଆରମ୍ଭରେ ବିଳମ୍ବ ହୋଇଥିଲା। ଜୁନ୍‌ରେ ପ୍ରି-ପ୍ରଡକ୍ସନ କାର୍ଯ୍ୟ ଆରମ୍ଭ ହେବ। ଏହି ପ୍ରାମାଣିକ ଚଳଚ୍ଚିତ୍ର ଡିସେମ୍ବର ୩ରେ ଧ୍ୟାନଚାନ୍ଦଙ୍କ ଶ୍ରାଦ୍ଧବାର୍ଷିକୀରେ ମୁକ୍ତିଲାଭ କରିବ। ଭାରତୀୟ ହକିରେ ଧ୍ୟାନଚାନ୍ଦଙ୍କୁ ସର୍ବଶ୍ରେଷ୍ଠ ଖେଳାଳି ବିବେଚନା କରାଯାଏ। ସେ ୧୯୨୮, ୧୯୩୨ ଓ ୧୯୩୬ରେ ଅଲିମ୍ପିକ ସ୍ବର୍ଣ୍ଣପଦକ ହାସଲ କରିଥିଲେ। ୧୯୨୬ରୁ ୧୯୪୯ ମଧ୍ୟରେ ସେ ଭାରତ ପାଇଁ ଅନ୍ତର୍ଜାତୀୟ ହକିରେ ୧୮୫ଟି ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିଥିଲେ ଓ ୫୭୦ଟି ଗୋଲ ସ୍କୋର କରିଥିଲେ। ୧୯୫୬ରେ ତାଙ୍କୁ ପଦ୍ମଭୂଷଣ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ତାଙ୍କ ଜନ୍ମଦିନ ୨୯ ଅଗଷ୍ଟକୁ ଭାରତରେ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri