ମୃତ କୁମ୍ଭୀର ପେଟରୁ ବାହାରିଲା କୁକୁର,ଝୋଟଅଖା

ରାଜନଗର,୨୮ା୧୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନକୁ ସଂଲଗ୍ନ କରୁଥିବା ହଂସୁଆ ନଦୀ ତଟରୁ ଏକ ମୃତ ଅଣ୍ଡିରା ବଉଳା କୁମ୍ଭୀର ରବିବାର ଜବତ କରାଯାଇଥିଲା ା ରାଜନଗର ଗୋପାଳପୁର ଲୁଣା ଘେରିବନ୍ଧର ବିଜୁଳିଆ ନିକଟରୁ ଏହି ମୃତ କୁମ୍ଭୀର ଭାସୁଥିଲା ା ପ୍ରତ୍ୟୁଷରୁ ସ୍ଥାନୀୟ ଲୋକେ ନଦୀ ପାର୍ଶ୍ୱକୁ ଆସି କୁମ୍ଭୀର ଭାସୁଥିବା ଦେଖି ରାଜନଗର ବନବିଭାଗକୁ ଖବର ଦେଇଥିଲେ। ବନବିଭାଗ କର୍ମଚାରୀମାନେ ମୃତ କୁମ୍ଭୀରକୁ ଜବତ କରିବା ସହ ତାର ଶବ ବ୍ୟବଚ୍ଛେଦ କରିଛନ୍ତି ା ମୃତ କୁମ୍ଭୀରର ଲମ୍ବ ୧୭ ଫୁଟ ୮ ଇଞ୍ଚ ହୋଇଥିବା ବେଳେ ତାର ମୋଟେଇ ୭ ଫୁଟ ୪ଇଞ୍ଚ। ଏହି ବିରାଟକାୟ କୁମ୍ଭୀରଟି କେଉଁ ପରିସ୍ଥିତିରେ ମଲା ଏହାକୁ ନେଇ ବନବିଭାଗ ତଦନ୍ତ କରୁଛି ା ଏସିଏଫ୍‌ ପୁନମହୀରା ହାଁସଦାଙ୍କ ଉପସ୍ଥିତିରେ ପ୍ରାଣୀ ଚିକିସତ୍ାଧିକାରୀ କିଶୋର କୁମାର ସାହୁ ଶବ ବ୍ୟବଚ୍ଛେଦ କରିଥିଲେ। କୁମ୍ଭୀର ପେଟରୁ ଗୋଟିଏ କୁକୁର, ଝୋଟ ଅଖା ଓ ଦୁଇଟି କଳା ପଲିଥିନ ବାହାରିଛି ା ଶବ ବ୍ୟବଚ୍ଛେଦ ପରେ ଏହି କୁମ୍ଭୀରକୁ ସଂସାରଫଳ ନର୍ସରୀରେ ପୋତି ଦିଆଯାଇଛି। ମଲା କୁକୁରକୁ କେହି ଝୋଟ ଅଖାରେ ପୁରାଇ ନଈକୁ ଫିଙ୍ଗି ଦେଇଥିଲେ ା ଅଖା ସହ କୁକୁରକୁ କୁମ୍ଭୀର ଗିଳିବା ପରେ ତାର ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। କୁମ୍ଭୀରର ଦେହରେ ଅନ୍ୟ କୌଣସି ଚିହ୍ନ ନ ଥିବାରୁ କୁକୁରକୁ ଗିଳିବା ପରେ ତାର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri