Posted inଫୁରସତ

ମୁଣ୍ଡରେ ପାଣି ଗ୍ଲାସ୍‌ ରଖି ଏମିତି ଚାଲୁଛି କୁକୁର, ଭିଡିଓ ଦେଖିଲେ…

ନିକଟରେ ରଣବୀର କପୁର ଏବଂ ବବି ଦେଓଲଙ୍କ ଫିଲ୍ମ ‘ଆନିମଲ’ର ଏକ ସିନ୍‌ ରିଲିଜ ହୋଇଥିଲା। ଯେଉଁଥିରେ ଗୋଟିଏ ସିନ୍‌ରେ ବବି ଦେଓଲ ମୁଣ୍ଡରେ ଏକ ଗ୍ଲାସ ରଖି ନାଚୁଥିବା ନଜର ଆସିଥିଲେ। ଏହି ଦୃଶ୍ୟ ଲୋକଙ୍କୁ ଏତେ ପାଗଳ କରିଦେଇଥିଲା ଯେ, ବର୍ତ୍ତମାନ ଲୋକମାନେ ମୁଣ୍ଡରେ ଏକ ଗ୍ଲାସ ଧରି ଭିଡିଓ ତିଆରି କରୁଥିବା ଦେଖାଯାଉଛି। କିନ୍ତୁ ବର୍ତ୍ତମାନ ଦେଖାଯାଉଛି, କେବଳ ମଣିଷ ନୁହନ୍ତି, ପଶୁମାନେ ମଧ୍ୟ ଏହି ଘଟଣା ବିଷୟରେ ପାଗଳ ହୋଇଯାଇଛନ୍ତି। ନିକଟରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଗୋଟିଏ କୁକୁର ମୁଣ୍ଡରେ ଏକ ଗ୍ଲାସ ପାଣି ଧରି ଚାଲୁଥିବା ଦେଖିବାକୁ ମିଳିଛି।

@everythingaboutnepal ନାମକ ଏକ ଇନ୍‌ଷ୍ଟାଗ୍ରାମ ପେଜ୍‌ରେ ଭିଡିଓଟି ପୋଷ୍ଟ କରାଯାଇଛି। ଯେଉଁଥିରେ କୁକୁର ଚମତ୍କାର ଷ୍ଟଣ୍ଟ କରୁଥିବା ଦେଖାଯାଉଛି।

ଏହି ଭିଡିଓ ନେପାଳ ସହ ଜଡ଼ିତ ଏକ ଆକାଉଣ୍ଟରେ ପୋଷ୍ଟ କରାଯାଇଛି। ତେଣୁ ଏଥିରୁ ଅନୁମାନ କରାଯାଉଛି ଯେ, ଏହା ନେପାଳର ଅଟେ। ଏଥିରେ କୁକୁରଟି ରାସ୍ତାରେ ଯାଉଛି। ଏହା କୌଣସି ବଡ଼ କୁକୁର ମଧ୍ୟ ନୁହେଁ। କୁକୁର ମୁଣ୍ଡରେ ଏକ  ପାଣି ଗ୍ଲାସ ଅଛି, ଯାହା ନିଶ୍ଚିତ ଭାବରେ ଭିଡିଓ ପ୍ରସ୍ତୁତ କରିଥିବା ବ୍ୟକ୍ତିଙ୍କ ଦ୍ୱାରା  ରଖାଯାଇଛି। କିନ୍ତୁ ଆଶ୍ଚର୍ଯ୍ୟଜନକ କଥା ହେଉଛି କୁକୁର ସେହି ଗ୍ଲାସକୁ ଏତେ ସହଜରେ ସନ୍ତୁଳିତ କରିଛି ଯେ, ଦେଖିଲେ ଆଶର୍ଯ୍ୟ ହେବେ।

ଏହି ଭିଡିଓଟି ବର୍ତ୍ତମାନ ସୁଦ୍ଧା ୬ କୋଟିରୁ ଅଧିକ ଲୋକ ଦେଖିଥିବା ବେଳେ ହଜାର ହଜାର ଲୋକ କମେଣ୍ଟ ଦେଇଛନ୍ତି। ଜଣେ ୟୁଜର କହିଛନ୍ତି, ଏହା ଫିଲ୍ମ ଆନିମଲ ଦେଖିବାର ପାର୍ଶ୍ୱ ପ୍ରତିକ୍ରିୟା। ଆଉ ଜଣେ ୟୁଜର କହିଛନ୍ତି, ଏହା ହେଉଛି ପ୍ରକୃତ ଆନିମଲ। ଅନ୍ୟ ଜଣେ କହିଛନ୍ତି, ସେ ବବି ଦେଓଲଙ୍କ ପ୍ରଶଂସକ ହେବେ। ଆଉ ଜଣେ କୁକୁର ଚମତ୍କାର ସନ୍ତୁଳନ ହାସଲ କରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?