Posted inଜାତୀୟ

ଗୁଜରାଟରେ ଭାଜପାକୁ ଡବଲ ଝଟ୍‌କା

ଗାନ୍ଧିନଗର,୨୩।୩: ଗୁଜୁରାଟରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଗୋଟିଏ ପରେ ଗୋଟିଏ ବଡ ଝଟ୍‌କା ଲାଗିଛି। ସାବରକାଂଠ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭିକାଜୀ ଠାକୁର ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଏଥି ସହ ଭଦୋଦରାରୁ ଭାଜପା ଏମପି ରଂଜନବେନ ଧନଞ୍ଜୟ ଭଟ୍ଟବି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି।

ତୃତୀୟ ଥର ପାଇଁ ଗୁଜୁରାଟର ଭଦୋଦରା ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାରତୀୟ ଜନତା ପାର୍ଟି (ଭାଜପା) ଏମପି ରଂଜନ ଭଟ୍ଟ ବ୍ୟକ୍ତିଗତ କାରଣରୁ ଆସନ୍ତା ନିର୍ବାଚନ ପାଇଁ ପ୍ରାର୍ଥୀ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ଶନିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଘୋଷଣା କରିଛନ୍ତି।
ରଂଜନବେନ ଧନଞ୍ଜୟ ଭଟ୍ଟ ଟୁଇଟରରେ କହିଛନ୍ତି ଯେ ମୋର ବ୍ୟକ୍ତିଗତ କାରଣରୁ ମୁଁ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁ ନାହିଁ। ଜଣେ ଭାଜପା ଅଧିକାରୀ ନାମ ଗୋପନ ରଖିବା ସର୍ତ୍ତରେ ଭଟ୍ଟଙ୍କ ପ୍ରାର୍ଥୀ ପ୍ରତ୍ୟାହାର ନିଷ୍ପତ୍ତି ନିଶ୍ଚିତ କରିଛନ୍ତି।
ଏଥି ସହିତ ଠାକୁର ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ଘୋଷଣା କରିଛନ୍ତି ଯେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁନାହାଁନ୍ତି। ସେ ଲେଖିଛନ୍ତି, ମୁଁ, ଭିକାଜୀ ଠାକୁର, ବ୍ୟକ୍ତିଗତ କାରଣରୁ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତାର୍କିକ ଅସଙ୍ଗତି ତାଲିକାରେ ଥିବା ଲୋକଙ୍କ ନାଁ ପ୍ରକାଶ କର

ନୂଆଦିଲ୍ଲୀ,୨୦ା୧(ପି.ଟି.): ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଯେଉଁମାନଙ୍କ ନାମ ତାର୍କିକ ଅସଙ୍ଗତି ତାଲିକାରେ ରହିଛି, ସେଗୁଡ଼ିକୁ ଗ୍ରାମପଞ୍ଚାୟତ ଭବନ, ବ୍ଲକ୍‌...

ନଏଡ଼ା ସିଇଓ ବହିଷ୍କୃତ

ଲକ୍ଷ୍ନୌ,୨୦ା୧(ପି.ଟି.): ନଏଡ଼ା ସେକ୍ଟର ୧୫୦ସ୍ଥିତ ଏକ ନିର୍ମାଣ ସ୍ଥଳରେ ଜଳଭର୍ତ୍ତି ଗର୍ତ୍ତ ମଧ୍ୟକୁ କାର୍‌ ଖସି ୨୭ ବର୍ଷୀୟ ସଫ୍ଟଓ୍ବେର ଇଞ୍ଜିନିୟରଙ୍କ ମୃତ୍ୟୁ ଘଟଣାରେ ନଏଡ଼ା...

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri