ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ। ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଝାଡ଼ଖଣ୍ଡରେ। ଜଣେ ବିଧବା ମହିଳା ଅଭାବ ଅସୁବିଧାକୁ ପଛରେ ପକାଇ ଶାଢ଼ି ପିନ୍ଧି ଖାଲି ପାଦରେ ହୋମଗାର୍ଡ ଦୌଡ଼ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ରାମଗଡ଼ରେ ହୋମ ଗାର୍ଡ ନିଯୁକ୍ତି ପାଇଁ ଚାଲିଥିବା ଶାରୀରିକ ଦକ୍ଷତା ପରୀକ୍ଷା ମଧ୍ୟରେ ରାମଗଡ଼ର ଦୁଲ୍‌ମି ବ୍ଲକ ଅନ୍ତର୍ଗତ ସୋସୋ ଗ୍ରାମର ଜଣେ ବିଧବା କବିତା କୁମାରୀ ତାଙ୍କର ନିଷ୍ଠା ଏବଂ ସାହସ ସହିତ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ପ୍ରଚଣ୍ଡ ଖରାରେ ଶାଢ଼ି ପିନ୍ଧି ଖାଲି ପାଦରେ ୧,୬୦୦ ମିଟର ଟ୍ରାଏଲ ଦୌଡ଼ିବା ପରେ କବିତା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେ ନିର୍ଦ୍ଧାରିତ ୧୦ ମିନିଟ ସମୟସୀମା ବଦଳରେ ମାତ୍ର ୬ ମିନିଟ ମଧ୍ୟରେ ଦୌଡ଼ ଶେଷ କରିଥିଲେ। ତାଙ୍କ ଦୌଡ଼ର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା, ଯାହା ପରେ ଏକ ସ୍ଥାନୀୟ ଦୌଡ଼ ଦଳ ତାଙ୍କୁ ସମ୍ମାନିତ କରିବାକୁ ନିଷ୍ପତ୍ତି ନେଇଥିଲା। ଏକାଡେମୀର ସଦସ୍ୟମାନେ ମଧ୍ୟ ତାଙ୍କ ଘରକୁ ଯାଇ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
ରିପୋର୍ଟ ଅନୁଯାୟୀ କବିତା ଜଣେ ବିଧବା। ସେ ନିଜର ଦୁଇ ପିଲା ଏବଂ ବୃଦ୍ଧ ଶାଶୁଶ୍ୱଶୂରଙ୍କ ଦେଖାଶୁଣା କରନ୍ତି। ଦୌଡ଼ିବା ପାଇଁ ଜୋତା କିମ୍ବା ଟ୍ରାକ୍‌ସୁଟ କିଣିବାକୁ ସକ୍ଷମ ନ ଥିଲେ ମଧ୍ୟ ସେ ତାଙ୍କ ସମ୍ଭବ ଅନୁସାରେ ନିଯୁକ୍ତି ପରୀକ୍ଷା ପାଇଁ ପ୍ରସ୍ତୁତି କରି ଆସୁଥିଲେ। ସେ ପ୍ରତିଦିନ ସକାଳ ୪ଟାରେ ଉଠି ଶାଢ଼ିରେ ହିଁ ଦୌଡ଼ ଅଭ୍ୟାସ କରନ୍ତି। କବିତାଙ୍କ କହିବାନୁଯାୟୀ, ସେ ତାଙ୍କ ପିଲାମାନଙ୍କ ଏକ ଭଲ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ହୋମ୍‌ଗାର୍ଡରେ ଯୋଗଦେବାକୁ ଚାହାନ୍ତି। ରାମଗଡ଼ ଜିଲାରେ ୨୮୪ଟି ହୋମ ଗାର୍ଡ ପଦବୀ ପାଇଁ ଏହି ନିଯୁକ୍ତି ଅଭିଯାନ ଚାଲିଛି। ଯେଉଁଥିରେ ୫୦% ପଦବୀ ମହିଳାମାନଙ୍କ ପାଇଁ ସଂରକ୍ଷିତ ରହିଛି। ବିଧବା ଏବଂ ଛାଡ଼ପତ୍ର ପାଇଥିବା ମହିଳାମାନଙ୍କ ପାଇଁ ଅତିରିକ୍ତ ୫% ସଂରକ୍ଷଣ ଯୋଗାଇ ଦିଆଯାଇଛି। କବିତାଙ୍କ କାହାଣୀ ଅନ୍ୟ ଆଶାୟୀମାନଙ୍କୁ ଗଭୀର ଭାବରେ ପ୍ରଭାବିତ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?