ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା ଧକ୍କା ଦେଇ ଚମ୍ପଟ ମାରିଛି। ମୃତ ଯୁବକ ଜଣକ ମୟୂରଭଞ୍ଜ ଜିଲ୍ଲା ଉଦଳା ଅଞ୍ଚଳର ବୋଲି ଜଣାପଡ଼ିଛି। ଅମର୍ଦ୍ଦାରୋଡ୍‌ ବଜାରର ଏକ ଦୋକାନରେ ରହି ସେ କାମ କରୁଥିଲେ।

ସୂଚନାନୁଯାୟୀ ଯୁବକ ଜଣକ ଅମର୍ଦ୍ଦାରୋଡ୍‌ ବଜାରର ବିଭିନ୍ନ ଦୋକାନରେ ରହି କାମ କରୁଥିଲେ। ଶନିବାର ବିଳମ୍ବିତ ରାତିରେ ରେଳବାଇ କାମ ପାଇଁ ମୋରମ ବୋଝେଇ କରି ଆସିଥିବା ଏକ ହାଇଓ୍ବା ଧକ୍କା ଦେଇ ସେଠାରୁ ଚମ୍ପଟ ମାରିଥିଲା। ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଷ୍ଟେଶନ ପରିସରରେ ମୃତଦେହ ପଡ଼ିରହିଛି l ବର୍ତ୍ତମାନ ସୁଦ୍ଧା ୧୨ ଘଣ୍ଟାରୁ ଅଧିକ ସମୟ ବିତିବାକୁ ବସିଥିଲେ ମଧ୍ୟ ରେଳବାଇ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆ ଯାଇନାହିଁ। ରେଳବାଇ କାମ ପାଇଁ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ତହସିଲ ଅଞ୍ଚଳରୁ ହଜାର ହଜାର ଟ୍ରିପ୍‌ ମାଟି, ମୋରମ ଏହି ରାସ୍ତା ଦେଇ ପଶ୍ଚିମବଙ୍ଗକୁ ଯାଉଛି l ପ୍ରତ୍ୟେକ ଦିନ ୪ ଶହରୁ ଅଧିକ ମାଟି, ମୋରମ ବୋଝେଇ ହାଇଓ୍ବା ଯାତାୟାତ କରୁଥିବାରୁ ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟି ଧନ ଜୀବନ କ୍ଷତି ହେଉଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ କେହି କର୍ଣ୍ଣପାତ କରୁନାହାନ୍ତି। ଅମର୍ଦ୍ଦାରୋଡ୍‌ ଗୋଟିଏ ବ୍ୟସ୍ତବହୁଳ ବଜାର ହୋଇ ଥିବାରୁ ଜନ ଗହଳି ଲାଗି ରହିଥାଏ l ବେଧଡ଼କ ମାଟିମୋରମ ଚାଲାଣ ଯୋଗୁ ଲୋକେ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ ଏ ଦିଗରେ ପଦକ୍ଷେପ ଗ୍ରହଣ କରାଯିବା ନିମନ୍ତେ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

କ୍ରୀଡ଼ାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ବିଭିନ୍ନ ବର୍ଗରେ ମିଳିଲା ପଦକ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ଭୁବନେଶ୍ୱରରେ ଅନୁଷ୍ଟିତ ରିଜିଓନାଲ ଡାଇରେକ୍ଟରସ୍ତରୀୟ ଖେଳକୁଦ ପ୍ରତିଯୋଗିତା ୨୦୨୬-୨୦୨୭ରେ ସଫଳତା ହାସଲ କରିଛନ୍ତି। ଆୟୁଷ୍ମାନ ନାୟକ ଅଣ୍ଡର…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri