ପାର୍ଲାମେଣ୍ଟ କମିଟିକୁ ଭେଟିଲେ ଫେସ୍‌ବୁକ ଅଧିକାରୀ

ନୂଆଦିଲ୍ଲୀ: ଡାଟା ସୁରକ୍ଷା ନେଇ ପାର୍ଲାମେଣ୍ଟ କମିଟି ଫେସ୍‌ବୁକ ଏବଂ ଟୁଇଟର ଭଳି ପ୍ରମୁଖ ଟେକ୍ନୋଲୋଜି କମ୍ପାନୀଙ୍କୁ ସମନ ଜାରି କରିଛି। ଶୁକ୍ରବାର ଫେସ୍‌ବୁକର ଭାରତ ତଥା କେନ୍ଦ୍ର ଏବଂ ଦକ୍ଷିଣ ଏସିଆ ଲାଗି ପବ୍ଲିକ ପଲିସି ମୁଖ୍ୟ ଭାବେ କାର୍ଯ୍ୟରତ ଆଂକ୍ଷୀ ଦାସ ପାର୍ଲମେଣ୍ଟ କମିଟି ଆଗରେ ହାଜର ହୋଇଛନ୍ତି। କମିଟି ସଦସ୍ୟମାନେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଫେସବୁକ ପ୍ରତିନିଧିଙ୍କୁ ପ୍ରଶ୍ନ କରିଥିବା ଜଣାପଡିଛି। ଅକ୍ଟୋବର ୨୮ରେ ଟୁଇଟର ଏବଂ ୨୯ରେ ପେଟିଏମ୍‌ ଏବଂ ଗୁଗଲ ଅଧିକାରୀଙ୍କୁ ହାଜର ହେବା ଲାଗି କୁହାଯାଇଛି। ଏହି କମିଟି ସାମ୍ନାରେ ହାଜର ହେବା ଲାଗି ଆମାଜନ ଅଗ୍ରାହ୍ୟ କରୁଥିବା ସୂଚନା ରହିଛି। ଭାଜପା ଏମ୍‌ପି ମୀନାକ୍ଷୀ ଲେଖୀଙ୍କ ଅଧ୍ୟକ୍ଷତାରେ ଗଠିତ ବ୍ୟକ୍ତିଗତ ଡାଟା ସୁରକ୍ଷା ଆଇନ-୨୦୧୯ ସମ୍ପର୍କିତ ପାର୍ଲାମେଣ୍ଟର ଯୁଗ୍ମ କମିଟି ସାମ୍ନାରେ ପ୍ରମୁଖ ଟେକ୍ନୋଲୋଜି କମ୍ପାନୀର ଅଧିକାରୀ ହାଜର ହେବାକୁ ଗୁରୁବାର ନିର୍ଦ୍ଦେଶ ଦିଆଯାଇଥିଲା। ଡାଟା ସୁରକ୍ଷା ଏବଂ ପ୍ରିଭେସି ପ୍ରସଙ୍ଗରେ କମିଟି ଏଭଳି ସମନ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri