ଥାନା ସମ୍ମୁଖରେ ଚାଲିଥିଲା ନକଲି ମଦ କାରଖାନା

ରୂପ୍‌ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ ମଦ କାରଖାନା ଠାବ କରାଯାଇଛି। ମଦ ବ୍ୟବସାୟୀ ତାରାଶଙ୍କର ଜେନାଙ୍କୁ ଗିରଫ କରାଯାଇଛି। ଏହି କାରଖାନାରେ ପ୍ରସ୍ତୁତ ହୋଇ ରହିଥିବା ବିଭିନ୍ନ ବ୍ରାଣ୍ଡର ୧୧୫ ନକଲି ବିଦେଶୀ ମଦ, ୪୦ଲିଟର ସ୍ପିରିଟ୍‌, ୫ଶହ ଲେବୁଲ, ୪୫୦ ଖାଲି ବୋତଲ ଓ ୧୦୦ ଠିପି ଜବତ ହୋଇଛି। ଏନେଇ ବିଭାଗ ପକ୍ଷରୁ ଏକ ମାମଲା (ନଂ. ୨୨/୨୧) ରୁଜୁ ହୋଇଛି।
ଥାନା ସମ୍ମୁଖରେ ଦୀର୍ଘଦିନ ଧରି ଅବାଧରେ ଏହି ମଦ କାରଖାନା ଚାଲୁଥିବା ଅଭିଯୋଗ ହୋଇଆସୁଥିଲା। ଅବକାରୀ ଅଧୀକ୍ଷକ ସେକ୍‌ ଆସଫ ଅଲୀଙ୍କ ନିର୍ଦ୍ଦେଶ କ୍ରମେ ମୋବାଇଲ ସ୍କ୍ବାଡ ଆଇଆଇସି ଗାଲୁରାମ ସୋରେନ, ସଦର ଇନ୍ସପେକ୍ଟର ପ୍ରବୀଣ କୁମାର ପ୍ରଧାନ, ସବ୍‌ଇନ୍ସପେକ୍ଟର କୁଳମଣି ମହାରଣା, ବସ୍ତା ଅବକାରୀ ଥାନା ଓଆଇସି ଲକ୍ଷେ ସାଧବ ପ୍ରଧାନ ପ୍ରମୁଖ ଏକ ସ୍ବତନ୍ତ୍ର ଟିମ୍‌ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଅଧିକାରୀମାନେ ସିଂଲା ଥାନା ବରହମପୁର ଗ୍ରାମର ମଦ ବେପାରୀ ସୁଶାନ୍ତ ରାମ, ବସ୍ତା ଥାନା ସାନଖୁଡ଼ି ଗ୍ରାମର ନିମାଇଁ ମାରାଣ୍ଡି ଓ ଗଙ୍ଗାଧର ଗ୍ରାମର ଭଗବାନ ଟୁଡୁଙ୍କୁ ଗିରଫ କରାଯିବା ସହ ସେମାନଙ୍କଠାରୁ ବିପୁଳ ପରିମାଣର ଦେଶୀ ମଦ ଜବତ ହୋଇଛି। ଗିରଫ ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?