Posted inଭଦ୍ରକ

ଭଦ୍ରକରେ ନକଲି ଜର୍ଦ୍ଦା କାରଖାନା ଠାବ

ଭଦ୍ରକ ଅଫିସ, ୨୪ା୧୦-ଭଦ୍ରକ ପୁରୁଣା ବଜାର ଅଧୀନ ହେଲା ସାହିଠାରେ ଶନିବାର ନକଲି ଜର୍ଦ୍ଦା କାରଖାନା ଠାବ ହୋଇଛି। ଭଦ୍ରକ ଟାଉନ ପୋଲିସ ଓ ପୁରୁଣା ବଜାର ପୋଲିସର ମିଳିତ ଭାବେ ହେଲାସାହିରେ ଚଢ଼ାଉ ହୋଇଥିଲା। ଏହି ଚଢ଼ାଉ ସମୟରେ କେତେକ ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଉତ୍ତ୍ୟକ୍ତ ହୋଇ ନକଲି ଜର୍ଦ୍ଦା ମାଫିଆ ଓ ସ୍ଥାନୀୟ ଲୋକେ ଏକତ୍ରିତ ହୋଇ ଆକ୍ରମଣ କରିବା ସାଙ୍ଗକୁ ମୋବାଇଲ ଭାଙ୍ଗି ଦେଇଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ୨ ଥାନାର ପୋଲିସକୁ ଲୋକେ ଅଟକ ରଖିଥିଲେ। ଖବର ପାଇ ଅତ୍ୟଧିକ ଫୋର୍ସ ପହଞ୍ଚତ୍ ଅଟକ ପୋଲିସକୁ ଉଦ୍ଧାର କରିଥିଲେ। ଯଦିଓ ପୋଲିସ ଲକ୍ଷାଧିକ ଟଙ୍କାର ନକଲି ଜର୍ଦ୍ଦା ଓ ପ୍ରସ୍ତୁତ ସାମଗ୍ରୀ ଜବତ କରିଛି କିନ୍ତୁ କାହାରିକୁ ଗିରଫ କରି ପାରିନାହିଁ। ଅପରପକ୍ଷରେ ପୁରୁଣାବଜାର ଥାନାରେ ଗଣମାଧ୍ୟମ ପ୍ରତିନିଧିଙ୍କ ପକ୍ଷରୁ ଜର୍ଦ୍ଦା ମାଫିଆଙ୍କ ନାଁରେ ଏତଲା ଦାଏର କରାଯାଇଛି। ସନ୍ଧ୍ୟାରେ ଗଣମାଧ୍ୟମ ପ୍ରତିନିଧି ମାନେ ଏସ୍‌ପି ରାଜେଶ ପଣ୍ଡିତଙ୍କୁ ଭେଟି ନକଲି ଜର୍ଦ୍ଦା ମାଫିଆ ଓ ଆକ୍ରମଣକାରୀଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri