ଭଙ୍ଗାଘରେ ୭ ପ୍ରାଣୀ କୁଟୁମ୍ବ

ସମ୍ବଲପୁର,୨୧ା୮(ବି.ଶଙ୍କର): ଲଗାତର ବର୍ଷା ଯୋଗୁ ସମ୍ବଲପୁର ମହନଗର ନିଗମ ଅନ୍ତର୍ଗତ ବଡବଜାର ସାହେବ ବଙ୍ଗଲାର ଏକ ଘର ଶନିବାର ପୂର୍ବାହ୍ନ ୯ ଟା ସମୟରେ ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ଉକ୍ତ ଘରେ ଫକୀର ମୋହନ ମିଶ୍ର, ପୁଅ, ସ୍ତ୍ରୀ, ବିଧବା ଝିଅ ଉମା ରଥ ଏବଂ ଝିଅର ତିନି ଛୋଟ ପିଲା ରହୁଥିଲେ। ଖବରପାଇ ପଶ୍ଚିମାଞ୍ଚଳ ଏକତା ମଞ୍ଚ ନାରୀଶକ୍ତିର ସଦସ୍ୟାମାନେ ବିପନ୍ନ ପରିବାରବର୍ଗଙ୍କୁ ଭେଟି ସେମାନଙ୍କ ସମସ୍ୟା ବୁଝିଥିଲେ। ତତ୍କାଳ ପରିବାର ପୋଷଣ ପାଇଁ ରାଶନ ସାମଗ୍ରୀ ଓ ଆର୍ଥିକ ସହାୟତା ଦେଇଥିଲେ। ମହିଳା ସଂଗଠନ ପକ୍ଷରୁ ଫକୀରଙ୍କ ପରିବାରକୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ସମ୍ବଲପୁର ମହାନଗର ନିଗମକୁ ଅନୁରୋଧ କରାଯିବା ନେଇ ଆଲୋଚନା କରାଯାଇଛି। ପଶ୍ଚିମାଞ୍ଚଳ ଏକତା ମଞ୍ଚ ନାରୀଶକ୍ତିର ପଙ୍କଜିନୀ ମେହେର, କାନ୍ତି ମେହେର, ଝୁନୁ ତ୍ରିପାଠୀ, ସ୍ବସ୍ତିକା ନାୟକ, ପଙ୍କଜିନୀ ବୈଠାରୁ ଏବଂ ସାହେବ ବଙ୍ଗଳା ମହିଳା ସଂଗଠନ ସଭାପତି ରେବତୀ ପଟେଲ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ, ଗତ କିଛି ବର୍ଷ ପୂର୍ବରୁ ଫକିର ମୋହନଙ୍କ ଦୁର୍ଘଟଣା ହୋଇଥିଲା। ତେଣୁ ସେ ଦୀର୍ଘଦିନ ଧରି ଘରେ ବିଶ୍ରାମ ନେଇଥିଲେ। ଏହାପରେ ତାଙ୍କର ବେସରକାରୀ ଚାକିରି ଚାଲି ଯାଇଥିଲା। ପରେ ୭ପ୍ରାଣୀଙ୍କୁ ନେଇ ଅଭାବ ଅନଟନ ଭିତରେ ପରିବାର ଚଲୁଥିଲେ। ଝିଅକୁ ବାହା ଦେଇଥିଲେ। ମାତ୍ର କରୋନା ସମୟରେ ଜ୍ୱାଇଁଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ଝିଅ ଏବଂ ତାଙ୍କର ତିନି ଛୁଆ ତାଙ୍କ ଉପରେ ନିର୍ଭରଶୀଳ। ଏବେ ତାଙ୍କ ପାଖରେ କୌଣସି କାମ ନ ଥିବା ବେଳେ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି । ୪୦ ବର୍ଷ ପୂର୍ବରୁ ମାଟିରେ ତିଆରି ଘର ବର୍ଷାରେ ସମ୍ପୂର୍ଣ୍ଣ ଭାଙ୍ଗି ପଡିଥିଲା। ଘର ଛାତ ପଡିଯିବାରୁ ଦରକାରୀ କାଗଜପତ୍ର, ଭତ୍ତା କାର୍ଡ, ଛୁଆଙ୍କର ଜନ୍ମ ପ୍ରମାଣପତ୍ର, ଟିକାକରଣ କାର୍ଡ ମାଟି ତଳେ ଦବିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?