ଚାଷୀ ଝିଅ ଶୁଚିସ୍ମିତା ଓଡ଼ିଶା ମହିଳା କ୍ରିକେଟର ଉଜ୍ଜ୍ୱଳ ତାରକା

ରସୁଲପୁର,୨୩ା୧୨(ଡି.ଏନ.ଏ.):ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ଚନ୍ଦ୍ରମଣୀ ପଣ୍ଡାଙ୍କ ଝିଅ ଶୁଚିସ୍ମିତା ପଣ୍ଡା ୧୯ବର୍ଷରୁ କମ୍‌ ଓଡ଼ିଶା ମହିଳା କ୍ରିକେଟ ଦଳରେ ସ୍ଥାନ ପାଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ପକ୍ଷରୁ ଆୟୋଜିତ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ନାମେଣ୍ଟ ପାଇଁ ମନୋନୀତ ଓଡ଼ିଶା ଦଳରେ ଅଲରାଉଣ୍ଡ ଭାବରେ ସେ ସ୍ଥାନ ପାଇଥିଲେ। ରାଜସ୍ଥାନ ଜୟପୁରଠାରେ ଅନୁଷ୍ଠିତ ଟୁର୍ନାମେଣ୍ଟରେ ଓଡ଼ିଶା ଦଳ ଭାଗ ନେଇଥିଲା। ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ସୁଚିସ୍ମିତାଙ୍କ ଅଲରାଉଣ୍ଡର ସଫଳତା ପାଇଁ ଦଳ ଆଗକୁ ବଢିଥିଲା। ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ ଓଡ଼ିଶା ଦଳ ବେଙ୍ଗଲଠାରୁ ଉନ୍ନତ ପ୍ରଦର୍ଶନ କରିଥିଲା। ମାତ୍ର ରନ୍‌ ରେଟ ହାରରେ ବେଙ୍ଗଲ ଦଳ କ୍ୱାର୍ଟର ଫାଇନାଲକୁ ଉନ୍ନୀତ ହୋଇଥିବା ବେଳେ ଓଡ଼ିଶା ବାଦ ପଡ଼ିଥିଲା। ସେହିପରି ମଧ୍ୟପ୍ରଦେଶର ହୋଲ୍‌କର ଷ୍ଟାଡିୟମରେ ଅନୁଷ୍ଠିତ ଓଡ଼ିଶା ଓ ସିକିମ୍‌ ମ୍ୟାଚରେ ସୁଚିସ୍ମିତା ବ୍ୟକ୍ତିଗତ ଅପରାଜିତ ୫୦ରନ ଓ ବୋଲିଂରେ ୫ ଉଇକେଟ ଅକ୍ତିଆର କରି ଦଳକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରି ଓମ୍ୟାନ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇଥିଲେ। ଜଣେ ଅନ୍ତର୍ଜାତୀୟ କ୍ରିକେଟ ଖେଳାଳି ହେବା ଲାଗି ସେ ଲକ୍ଷ୍ୟ ରଖିଛନ୍ତି। ଭାରତୀୟ କ୍ରିକେଟ ଦଳର ଓପନର ବ୍ୟାଟ୍ସମ୍ୟାନ କେ.ଏଲ. ରାହୁଲଙ୍କ ଖେଳ ଶୈଳିକୁ ସେ ଅନୁସରଣ କରୁଛନ୍ତି। ତାଙ୍କ ଭଳି ଓଡ଼ିଶା ଦଳରୁ ଓପନିଂ କରିବା ଲାଗି ସେ ଆଶାପୋଷଣ କରିଛନ୍ତି।
ସୁଚିସ୍ମିତା ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀ। ଯୁକ୍ତ ୨ ପାଠପଢା ସମୟରୁ ତାଙ୍କର କ୍ରିକେଟ ପ୍ରତି ଅଦ୍ୟମ ଇଚ୍ଛାରୁ ଯାଜପୁର ଟାଉନସ୍ଥିତ ଏନ୍‌ସି କଲେଜ ପଡ଼ିଆରେ ଖେଳ ଅଭ୍ୟାସ କରିବାକୁ ଆସୁଥିଲେ। ତାଙ୍କର ଖେଳ ଶୈଳୀ ଓ ପ୍ରତିଭା କୋଚ ଜ୍ଞାନଚାନ୍ଦ ଦାସ ଦୃଷ୍ଟି ଆକର୍ଷଣ କରିଥିଲା। ସୁଚିସ୍ମିତା ଜଣେ ଭଲ ଖେଳାଳି ହୋଇପାରିବେ ଜାଣି ତାଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେଇ ପ୍ରଶିକ୍ଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?