ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିଲେ, ଧକ୍କା ଦେଲା ଅଜଣା ଟ୍ରକ୍‌: ଆଉ ତା’ପରେ…

ଖଲ୍ଲିକୋଟ,୧୩।୧୦(ପ୍ରଶାନ୍ତ କୁମାର ମିଶ୍ର): ୧୬ ନମ୍ବର ଜାତୀୟ ରାଜପଥରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ରାସ୍ତା କଡରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଟକିରହିଥିବା ଏକ ଟ୍ରକକୁ ପାସ କରୁଥିବା ବେଳେ ପଛପଟୁ ଆସୁଥିବା ଆଉ ଏକ ଟ୍ରକ ଦ୍ରୁତଗତିରେ ବୋଲେରୋକୁ ଧକ୍କା ଦେଇ ଚାଲି ଯାଇଥିଲା। ଫଳରେ ବୋଲେରୋ ଗାଡିରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୭ ଜଣ ସାମାନ୍ୟ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ବୋଲେରୋ ଡ୍ରାଇଭରଙ୍କ ହାତ ଛିଡି ତଳେ ପଡ଼ିଥିବାବେଳେ ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ବାଲୁଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।
ମିଳିଥିବା ସୂଚନା ଅନୁଯାୟୀ, ବ୍ରହ୍ମପୁର ନିକଟସ୍ଥ କନିସି ଅଞ୍ଚଳର ୧୦ ଜଣ ଯାତ୍ରୀ ଏକ ବୋଲେରୋ (ଗାଡି ନମ୍ବର ଓଡି ୦୭ ଡି ୮୬୬୫) ଯୋଗେ ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କରିବାକୁ ଯାଇଥିଲେ। ସେଠାରେ ତାରିଣୀ ଦର୍ଶନ କରି ରବିବାର ରାତିରେ କନିସି ଅଭିମୁଖେ ବାହାରିଥିଲେ। ଭୋର ପ୍ରାୟ ୪ ଟା ସମୟରେ ଗଞ୍ଜାମ-ଖୋର୍ଦ୍ଧା ଜିଲା ସୀମାରେ ଥିବା ଜଳି ଶଙ୍ଖଠାରେ ପୂର୍ବରୁ ରାସ୍ତା କଡରେ ଥିବା ଏକ ଟ୍ରକକୁ ପାସ କରୁଥିବା ବେଳେ ହଠାତ ପଛପଟୁ ଆସୁଥିବା ଆଉ ଏକ ଟ୍ରକ ଦ୍ରୁତଗତି ରେ ବୋଲେରୋକୁ ଧକ୍କା ଦେଇ ଆଖି ପିଛୁଳାକେ ସେଠାରୁ ଚାଲି ଯାଇଥିଲା।
ଫଳରେ ବୋଲେରୋରେ ବସିଥିବା ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବାବେଳେ ୭ ଜଣ ସାମାନ୍ୟ ଆହତ ହୋଇଥିଲେ। ଏହି ଦୁର୍ଘଟଣାରେ ବୋଲେରୋ ଡ୍ରାଇଭରଙ୍କ ଡାହାଣ ହାତଟି କାନ୍ଧ ପାଖରୁ ସମ୍ପୂର୍ଣ୍ଣ ଭାବେ ଛିଡି ତଳେ ପଡ଼ିଥିବା ଦେଖାଯାଇଥିଲା। ଖବର ପାଇ ନାଭାଲ ଫାଣ୍ଡି ପୁଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାଲୁଗାଁ ମେଡିକାଲକୁ ପଠାଇ ସେଠାରେ ଫସି ରହିଥିବା ଯାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଖବର ପାଇ କନିସିରୁ ଅନ୍ୟ ଏକ ଗାଡି ଆସି ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ବଡ଼ ମେଡିକାଲ ଅଭିମୁଖେ ଯାଇଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍‌ ଗାଡ଼ି ଗ୍ରାହକଙ୍କୁ ବଡ଼ ଝଟ୍‌କା, ଅଧା ହୋଇଗଲା ସବସିଡି, ଏବେ ମିଳିବ ମାତ୍ର…

ନୂଆଦିଲ୍ଲୀ, ୧୨।୮: ଆପଣ ଏକ ଇଲେକ୍ଟ୍ରିକ୍ ସ୍କୁଟର୍ କିମ୍ବା ବାଇକ୍ କିଣିବାକୁ ପ୍ରସ୍ତୁତ ହେଉଛନ୍ତି, ତେବେ ସରକାରଙ୍କ ପିଏମ୍ ଇ-ଡ୍ରାଇଭ୍ (PM E-DRIVE) ଯୋଜନା ସହ ଜଡ଼ିତ…

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

ହାଟଡିହୀ/ଛେନାପଦୀ,୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ସ୍ଥାୟୀ ବସ ଷ୍ଟାଣ୍ଡ ନାହିଁ କି ପାର୍କିଂ ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନାହିଁ, ଯାହାଫଳରେ ବାଧ୍ୟ ହୋଇ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

ଚୁଲି ନିକଟରେ ବସି ନିଆଁ ପୋଉଁଥିଲେ, ଭାଙ୍ଗି ପଡ଼ିଲା କାନ୍ଥ: ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା ,୮।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଅନ୍ତର୍ଗତ ଖୁଣ୍ଟାପଡ଼ା ପଞ୍ଚାୟତ ଖୁଣ୍ଟାପଡ଼ା ଗ୍ରାମର ଢିପା ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ…

ସମୁଦ୍ରରେ ଗାଧୋଇ ଶ୍ୱେତଗଙ୍ଗାକୁ ଯାଇଥିଲେ, ଗୋଡ଼ ଖସିଯିବାରୁ ବୁଡ଼ିଯାଇ ଚାଲିଗଲା ଯୁବକଙ୍କ ଜୀବନ

ପୁରୀ, ୮।୮(ଅଜିତ୍‌ କୁମାର ମହାନ୍ତି): ପୁରୀର ପଞ୍ଚ ପୁଷ୍କରିଣୀ ମଧ୍ୟରେ ଅନ୍ୟତମ ପବିତ୍ର ତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁଷ୍କରିଣୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri