ସ୍ବର୍ଗଦ୍ୱାରରେ ଭଣଜାଙ୍କ ସତ୍କାର ସାରି ଘରକୁ ଫେରୁଥିଲେ, ଟ୍ରକ୍‌ ସହ ଧକ୍କା ଯୋଗୁ ଚାଲିଗଲା ଜୀବନ

ସାକ୍ଷୀଗୋପାଳ,୬।୯(ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ମହିଳାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଦ୍ୱୟ ହେଲେ ସତ୍ୟବାଦୀ ଥାନା ଅନ୍ତର୍ଗତ ହୋତା ସାହି (ଗୋପାଳପୁର ପାଟଣା) ଗ୍ରାମର ସୁଷମା ମିଶ୍ର(୪୨) ଓ ତାଙ୍କ ଘରେ ରହୁଥିବା ସମ୍ପର୍କୀୟ ସୂର୍ଯ୍ୟକାନ୍ତ ସାହୁ (୨୮)। ସୁଷମା କୋଣାର୍କ କୋର୍ଟରେ କନଷ୍ଟେବଳ ରୂପେ କାର୍ଯ୍ୟରତ ଥିଲେ। ଖବରପାଇ ସତ୍ୟବାଦୀ ପୋଲିସ ଘଟଣାସ୍ଥଳରେ ଗୁରୁତରଙ୍କୁ ମେଡିକାଲ ପଠାଇବା ସହ ଘଟଣାର ତଦନ୍ତ ଚଳାଇଛି।

ସୂଚନା ଅନୁଯାୟୀ, ସୁଷମାଙ୍କ ଭଣଜା ଜଟଣୀ ଥାନା ଅନ୍ତର୍ଗତ ବାଛେରା ଗ୍ରାମର ଜ୍ୟୋତି ରଞ୍ଜନ ଦାସ (୩୨)ଙ୍କ ପରଲୋକ ହୋଇଥିଲା। ପୁରୀ ସ୍ବର୍ଗଦ୍ୱାରରେ ଭଣଜାଙ୍କ ସତ୍କାର ଥିବାରୁ ସୁଷମାଙ୍କ ପରିବାର ଲୋକ ସୋମବାର ରାତିରେ ଯାଇଥିଲେ। କାର୍ଯ୍ୟ ସାରି ମଙ୍ଗଳବାର ସୁଷମା ତାଙ୍କ ପୁଅ ଚିନ୍ମୟ ପ୍ରସାଦ ଆଚାର୍ଯ୍ୟ (୧୮) ଓ ସମ୍ପର୍କୀୟ ସୂର୍ଯ୍ୟକାନ୍ତଙ୍କ ସହ ବାଇକ୍‌(ନଂ.ଓଡି ୧୩ ପି ୯୬୭୫) ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ୪ଟା ୨୦ରେ ଭାରସାମ୍ୟ ହରାଇ ବାଇକ୍‌ଟି ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ଠିଆ ହୋଇଥିବା(ନଂ. ଓଡି ୦୧ ଓ୍ବାଇ ୯୮୫୫) ଏକ ଟ୍ରକ ପଛରେ ପିଟି ହୋଇଯାଇଥିଲା। ଫଳରେ ୩ଜଣ ବାଇକ୍‌ରୁ ଛିଟିକ୍‌ ପଡ଼ି ଗୁରୁତର ହୋଇଥିଲେ। ଖବରପାଇ ଜାତୀୟ ରାଜପଥ ପାଟ୍ରୋଲିଂ କରୁଥିବା ପୋଲିସ ଅଧିକାରୀ ସର୍ବେଶ୍ୱର ପ୍ରଧାନ ଓ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଆମ୍ବୁଲାନ୍ସ ଦୀର୍ଘ ସମୟ ପର୍ଯ୍ୟନ୍ତ ନ ପହଞ୍ଚତ୍ବାରୁ କିଛି ସମୟ ଉତ୍ତେଜନା ପରିସ୍ଥିତି ହୋଇଥିଲା। ପରେ ଅଗ୍ନିଶମ ବିଭାଗ ଅଧିକାରୀ ମନୋଜ ପାତ୍ର ଓ ଟିମ୍‌ ମଧ୍ୟ ପହଞ୍ଚି ଗୁରୁତରଙ୍କୁ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସୁଷମା ଓ ସୂର୍ଯ୍ୟକାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଗୁରୁର ଚିନ୍ମୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି l ସତ୍ୟବାଦୀ ପୋଲିସ ଦୁର୍ଘଟଣାଗ୍ରସ୍ତ ୨ଗାଡ଼ିକୁ ଜବତ କରିଛି। ଏହି ଖବର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri