କଣ୍ଟେନ୍‌ମେଣ୍ଟ ଜୋନ୍‌ର ନିର୍ଭୀକ ସେବାକାରୀ

ବଲାଙ୍ଗୀର ଅଫିସ, ୧୯ା୭:  ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ସମୟରେ ଜିଲାର କରୋନା ଯୋଦ୍ଧା ସେମାନଙ୍କର ନିରବଚ୍ଛିନ୍ନ ଓ ସ୍ବେଚ୍ଛାକୃତ ସେବା ଯୋଗାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ବଲାଙ୍ଗୀର ସହରର ହାତୀଶାଳପଡା ଓ ଠିକାଦାରପଡାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ପରେ ଉଭୟପଡାକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ କରାଯାଇଥିଲା। ଏହି କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଗତ ଜୁଲାଇ ୩ ତାରିଖରୁ ନିୟମିତ ଭାବେ କୋଭିଡ୍‌ ଯୋଦ୍ଧାମାନେ ସେବା ଯୋଗାଉଛନ୍ତି। ଏହି କରୋନା ଯୋଦ୍ଧାଙ୍କ ଭିତରେ ରହିଛନ୍ତି ମ୍ୟୁନିସିପାଲିଟି, ସ୍ବାସ୍ଥ୍ୟ ବିଭାଗ ଓ ପୋଲିସ ବିଭାଗର ସମର୍ପିତ କର୍ମଚାରୀ। ସେମାନେ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭିତରେ ନିର୍ଭୀକ ଭାବେ ସେମାନଙ୍କ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି। ଏଠାରେ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହେବା ପରେ ସହର ବ୍ୟାପୀ ଚିନ୍ତା ପ୍ରକଟ ପାଇଥିଲା। ୬୫ରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ ପରେ କିଭଳି ଭାବେ ସଂକ୍ରମଣ ରୋକିଯିବ ସେନେଇ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥିଲା। ଏଭଳି ସମୟରେ କୋଭିଡ ଯୋଦ୍ଧା ସ୍ବାସ୍ଥ୍ୟ ଟିମ୍‌ ଆଗେଇ ଆସିଥିଲେ ା ସେମାନେ ଘରକୁ ଘର ସର୍ଭେ କରିବା ସହ ସଂକ୍ରମିତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରିବା ଯାଏ ଲାଗିପଡିଥିଲେ ା ସ୍ବାସ୍ଥ୍ୟ ସୁପରଭାଇଜର ଦେବେଶ ରାଉତ, ସ୍ବାସ୍ଥ୍ୟକର୍ମୀ ସନ୍ତୋଷ ମହାଣା, ସସ୍ମିତା ଶତପଥୀ, ସଂଯୁକ୍ତା ମିଶ୍ରଙ୍କ ସହ ଅନ୍ୟ ୧୬ ଜଣ ସ୍ବାସ୍ଥ୍ୟକର୍ମୀ, ଆଶାକର୍ମୀ ଓ ଏଏନ୍‌ଏମ୍‌ ଦିନରାତି ଏଠାରେ ନିଜର କାର୍ଯ୍ୟ କରିଚାଲିଛନ୍ତି। କଣ୍ଟେନ୍‌ମେଣ୍ଟ ଜୋନ୍‌କୁ ଲୋକେ ଯିବାକୁ ଭୟଭୀତ ହେଉଥିବାବେଳେ ଏହି କରୋନା ଯୋଦ୍ଧାମାନେ ଜୀବନକୁ ବାଜି ଲଗାଇ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଏହି ସ୍ବାସ୍ଥ୍ୟ ଟିମ୍‌କୁ ଉପରିସ୍ଥ ଅଧିକାରୀ ସିଡିଏମ୍‌ଓ ଡା. ଭୀମ ସାହୁ, ଡିପିଏଚ୍‌ଓ ଡା. ଦିବ୍ୟ କିଶୋର ପତି ଓ ଜିଲା ପ୍ରଶାସନର ଜିଲାପାଳ ଅରିନ୍ଦମ ଡାକୁଆ, ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର ନିରୀକ୍ଷଣ କରୁଛନ୍ତି। ଏହି କରୋନା ଯୋଦ୍ଧାଙ୍କ ପରିବାର ଅଛି। ଅନେକ ସମୟରେ ଭୟ ଲାଗୁଥିଲେ ମଧ୍ୟ କର୍ତ୍ତବ୍ୟ ଓ ସେବା ଆଗରେ ସବୁକିଛି ତୁଚ୍ଛ ବୋଲି ଏହି କୋଭିଡ ଯୋଦ୍ଧାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri