ଅତ୍ୟଧିକ କାର୍ଯ୍ୟ ଚାପରେ ଜୀବନ ହାରିଲେ ମହିଳା ଯନ୍ତ୍ରୀ

ଭଞ୍ଜନଗର,୨୪ା୬: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟରତ ମହିଳା ଯନ୍ତ୍ରୀ ଜେ. ଅନିତା(୩୩) ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସେ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏଷ୍ଟିମେଟର ଭାବେ କାର୍ଯ୍ୟ କରୁଥିଲେ। ଲଣ୍ଡେଇସାହି ୟୁନିଟ୍‌ ୩ ସ୍ଥିତ ଭଡ଼ାଘରେ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହକୁ ଭଞ୍ଜନଗର ପୋଲିସ ଗୁରୁବାର ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଅଫିସରେ କାର୍ଯ୍ୟ ଚାପ ଯୋଗୁ ଅନିତା ଆତ୍ମହତ୍ୟା କରିଥିବା ପରିବାର ପକ୍ଷରୁ ଅଭିଯୋଗ ହୋଇଛି।

ଅନିତାଙ୍କ ବ୍ରହ୍ମପୁର ଅଧୀକ୍ଷଣଯନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଡେପୁଟେଶନରେ ଯିବାର ଥିଲା। ଆସନ୍ତା ୧ ତାରିଖରେ ସେ ବ୍ରହ୍ମପୁର କାର୍ଯ୍ୟାଳୟରେ ଯୋଗ ଦେଇଥାନ୍ତେ। ଗୁରୁବାର ସକାଳେ ଅନିତା ରହୁଥିବା ଭଡ଼ାଘରୁ ଦୁର୍ଗନ୍ଧ ବାହାରିଥିଲା। ଭିତର ପଟୁ କବାଟ ବନ୍ଦ ଥିବାରୁ ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ କବାଟ ଭାଙ୍ଗି ଝୁଲନ୍ତା ଅବସ୍ଥାରେ ଅନିତାଙ୍କ ମୃତଦେହ ଜବତ କରିଥିଲା।

ମଙ୍ଗଳବାର ସନ୍ଧ୍ୟାରୁ ଅନିତାଙ୍କୁ କେହି ଦେଖି ନ ଥିଲେ। ବୁଧବାର ତାଙ୍କ ସାନ ଭଉଣୀ ଫୋନ କରିଥିଲେ, ମୋବାଇଲ ସୁଇଚ ଅଫ୍‌ ଥିଲା। ମୃତ୍ୟୁ ଖବର ପାଇ ବ୍ରହ୍ମପୁର ଗଜପତିନଗର ୭ମ ଲାଇନରେ ରହୁଥିବା ତାଙ୍କ ମା’ ବାପା ଓ ଭଉଣୀ ଭଞ୍ଜନଗର ଆସିଥିଲେ। ଝିଅ ଶନିବାର ବ୍ରହ୍ମପୁର ଆସିବାକୁ କହିଥିଲା। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ସେ ଆତ୍ମହତ୍ୟା କରିଥିବା ଯନ୍ତ୍ରୀଙ୍କ ମା’ ଅଭିଯାଗ କରିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀ ତ୍ରିଲୋଚନ ନାହାକ କହିଛନ୍ତି, ଅଫିସରେ କୌଣସି କାର୍ଯ୍ୟ ଚାପ ନ ଥିଲା। ପାରିବାରିକ ସମସ୍ୟା ଯୋଗୁ ଅନିତା ଘର ପାଖ ବ୍ରହ୍ମପୁରକୁ ବଦଳି ହେବାକୁ ଚାହିଁଥିଲେ। ତେଣୁ ତାଙ୍କୁ ବ୍ରହ୍ମପୁର ଡେପୁଟେଶନରେ ନେବାପାଇଁ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ ବୋଲି ନାହାକ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ପାହାଡ଼ରୁ ଧସିଲା ମାଟି ଅତଡ଼ା

କୋରାପୁଟ/ନାରାୟଣପାଟଣା,୭।୧୨(ଅମିତାଭ ବେହେରା/ରାଜକିଶୋର ଜେନା): ବାତ୍ୟା ମିଗ୍‌ଜୋମ୍‌ର ଭୟ ଟଳି ଯାଇଥିବା ବେଳେ ଦେଇଯାଇଛି ଦୁଃଖ l ଏହାର ପ୍ରଭାବରେ କୋରାପୁଟ ଜିଲାରେ ୨ ଦିନ ହେଲା...

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri