ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର

ପୁରୀ ଅଫିସ, ୧୨।୧୦: ଦଶହରା ପାଇଁ ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର। ଗାଁଠୁ ସହର ସବୁଠି ମହକୁଛି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଶାରଦୀୟ ଦୁର୍ଗାତ୍ସୋବର ସ୍ବତନ୍ତ୍ରତା ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂ ଭଳି ସକେଇ ହୋଇଛି। ରଙ୍ଗିନ ଆଲୋକମାଳାରେ ଝଲସୁଛି ପୂଜାମଣ୍ଡପ ଓ ବିଭିନ୍ନ ଦେବୀ ପୀଠ। ଗଳିକନ୍ଦିରେ ଦେବୀ ମୂତ୍ତର୍ର୍ି ଓ ନାଗା ଆକର୍ଷଣ ପାଲଟିଛନ୍ତି। ଦେବୀ ମୂର୍ତ୍ତିଙ୍କ ଉପାସନା ସହିତ ସମସ୍ତ ଜାଗା, ଆଖଡ଼ା ଚଳଚଞ୍ଚଳ ହୋଇପଡିଛି । ବିଭିନ୍ନ ଶକ୍ତିପୀଠରେ ସୋମବାର ସପ୍ତମୀ ପୂଜା ଧୂମଧାମରେ ଅନୁଷ୍ଠିତ ହୋଇଛି। ବିଶେଷକରି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ସମେତ ଭିତରବେଢ଼ା ପରିସରସ୍ଥ ଭୁବନେଶ୍ୱରୀ, ବାଟମଙ୍ଗଳା, ଉତ୍ତରାୟଣୀ, ଶ୍ରୀକ୍ଷେତ୍ର ଠାକୁରାଣୀ, ଦକ୍ଷିଣକାଳୀ, ଆଲାମଚଣ୍ଡୀ କପିଳେଶ୍ୱର ଶାସନର ମା’ ପଞ୍ଚମୁଖୀ, ବାସେଳୀ, ମଙ୍ଗଳା, ମରିଚି ଠାକୁରାଣୀ, ବାଟକାଳୀ, କାକୁଡ଼ିଖାଇ, ବାଙ୍କୀମୁହାଣ ରାମଚଣ୍ଡୀ, ଜେନାରୀଗଛ ରାମଚଣ୍ଡୀ, ଶ୍ୟାମାକାଳୀ ପ୍ରଭୃତି ପୀଠରେ ସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି। ବିଭିନ୍ନ ପୀଠରେ ଠାକୁରାଣୀଙ୍କୁ ବିଭିନ୍ନ ବେଶରେ ସଜ୍ଜିତ କରାଯାଇଛି। ବାରବାଟୀ, ଜହି୍ନଖାଇ, ଶୂନ୍ୟଗୋସାଣି, ହରଚଣ୍ଡୀ, ଗେଲବାଇ ବନଦୁର୍ଗା, ଚକ୍ରକୋଟ, ଭୋଗଯାଗା, କରତିଖାଇ ପ୍ରଭୃତି ଦେବୀ ମଣ୍ଡପରେ ସୋମବାର ଷଷ୍ଠୀ ପୂଜା ହୋଇଛି। ସପ୍ତମୀ, ଅଷ୍ଟମୀ, ନବମୀ ଓ ଦଶହରା ପାଇଁ ପ୍ରସ୍ତୁତି ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri