ଆଉ କିଛି ଘଣ୍ଟା ପରେ କାଳବୈଶାଖୀ, ୮ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା

ଭୁବନେଶ୍ୱର,୫।୪: ପ୍ରବଳ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । କାଳବେଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ବସ୍ତି । ତେବେ ଆଜି ମଧ୍ୟ କାଳବେଶାଖୀ ବର୍ଷାର ତାଣ୍ଡବ ଦେଖିବାକୁ ମିଳିବ । ଆସନ୍ତୁ ଜାଣିବା କେଉଁ କେଉଁ ଜିଲାରେ ଆଜି ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ ବିଭାଗ।

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଶନିବାର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଘଡଘଡି ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଶନିବାର ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରିରେ ବର୍ଷା ଓ ଘଡଘଡି ଆଶଙ୍କା ଅଛି । ଏହି ସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରବିବାର ଗଞ୍ଜାମ, ଗଜପତି ଓ ରାୟଗଡାରେ ବର୍ଷା ସହିତ ଘଡଘଡି ହୋଇପାରେ । ୭, ୮, ୯ ଓ ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓ କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri