ମମତାଙ୍କ ଉପରେ ରାଗିକି ପ୍ରଚଣ୍ଡ ପ୍ରଭାତୀ: କହିଲେ ପୁରୀରେ ବୟ କଟ୍‌ ନାଲି ଆଖି…

ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି । ପୁରୀ ପର୍ଯ୍ୟଟନ ଏହା ଦ୍ୱାରା ବିଲକୁଲ ବି ପ୍ରଭାବିତ ହେବ ନାହିଁ। ପୁରୀ ପାଇଁ ପ୍ରଚାରର ଆବଶ୍ୟକତା ନାହିଁ କି କାହା ବୟ କଟ୍‌ ନାଲି ଆଖି ପୁରୀରେ କାମ ଦେବନି । ବାର ବାର ଜଗନ୍ନାଥ ସଂସ୍କୃତି ଉପରେ କୁଠାରଘାତ କରିବା ଟା ମମତା ବାନାର୍ଜୀଙ୍କ ପ୍ରତି ଶୋଭନୀୟ ଆଚରଣ ନୁହେଁ ବୋଲି ସେ କହିଛନ୍ତି।

ସୂଚନା ଯୋଗ୍ୟ, ଏପ୍ରିଲ ୩୦ରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ପକ୍ଷରୁ ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏହି ମନ୍ଦିର ପ୍ରତିଷ୍ଠା ଉତ୍ସବରେ ପୁରୀ ଶ୍ରୀମନ୍ଦିରର କେତେଜଣ ସେବାୟତ ଯୋଗଦେଇଥିବାବେଳେ ସମ୍ପୃକ୍ତ ସ୍ଥାନକୁ ‘ଜଗନ୍ନାଥ ଧାମ’ ରୂପେ ନାମକରଣ କରାଯାଇଛି। ଏପରି କି ନବକଳେବର ଦାରୁରେ ଠାକୁରଙ୍କ ମୂର୍ତ୍ତି ନିର୍ମାଣ କରାଯାଇ ବ୍ରହ୍ମସ୍ଥାପନ ହୋଇଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର କହିଛନ୍ତି, ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ ହେବା ଦ୍ୱାରା ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ହେବ। ତେବେ ପ୍ରତିଷ୍ଠା କାର୍ଯ୍ୟକ୍ରମରେ ପୁରୀରୁ ୭ରୁ ୮ଜଣ ଦଇତାପତି ସେବାୟତ ନିମନ୍ତ୍ରିତ ଅତିଥି ରୂପେ ଯୋଗଦେଇଥିଲେ। ସେମାନଙ୍କର ପୂଜାବିଧି କର୍ତ୍ତବ୍ୟ କିଛି ନ ଥିଲା। ବ୍ରହ୍ମ ସ୍ଥାପନ କେବଳ ଗୋଟିଏ ସ୍ଥାନରେ ଅର୍ଥାତ ଶ୍ରୀମନ୍ଦିରରେ ହୁଏ, ଯାହା ନବକଳେବର ସମୟରେ ପରିବର୍ତ୍ତନ କରାଯାଇଥାଏ। ଅନ୍ୟ କୌଣସି ସ୍ଥାନରେ ବ୍ରହ୍ମ ଆସିପାରିବ ନାହିଁ। ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ ତଥା ବରିଷ୍ଠ ସେବାୟତ ମାଧବ ମହାପାତ୍ର କହିଛନ୍ତି, ଏହା ହେଉଛି ଓଡ଼ିଆ ଜାତି ଓ ମହାପ୍ରଭୁଙ୍କ ସ୍ବାଭିମାନର ପ୍ରଶ୍ନ। ଏହି ସ୍ବାଭିମାନକୁ ସର୍ବଦା ଚ୍ୟାଲେଞ୍ଜ କରିବା ଭଳି କାର୍ଯ୍ୟ କରୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଅତୀତରେ ରସଗୋଲା ଘଟଣା ହେଉ କି ବର୍ତ୍ତମାନର ଜଗନ୍ନାଥ ଧାମ ପ୍ରସଙ୍ଗ ହେଉ, ସବୁକ୍ଷେତ୍ରରେ ଓଡ଼ିଶାର ମାନ ଅଭିମାନ କ୍ଷୁଣ୍ଣ ହେବା ନେଇ ଅପଚେଷ୍ଟା କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ମନ୍ଦିର ରହିଛି ଏବଂ ଆହୁରି ମନ୍ଦିର ହେବାର ଆବଶ୍ୟକତା ଅଛି। ମାତ୍ର ପଶ୍ଚିମବଙ୍ଗରେ ଓଡ଼ିଆ ଜାତିକୁ ତଳକୁ ନେବା ପାଇଁ ପ୍ରତ୍ୟେକ ପର୍ବକୁ ତାଙ୍କର କରିବାକୁ ଅପଚେଷ୍ଟା କରାଯାଉଛି। ପୁରୀ ଗସ୍ତ ସମୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀମନ୍ଦିର ପ୍ରବେଶ ପାଇଁ ବିରୋଧ କରାଯାଇଥିଲା। ତେଣୁ ସେ ଦୀଘାରେ ଜଗନ୍ନାଥ ମନ୍ଦିର ନିର୍ମାଣ କରାଇଛନ୍ତି। ତାଙ୍କର ଏହି ଗର୍ବ ଓ ଅହଂକାରର ଜବାବ ଆଗାମୀ ଦିନରେ ଓଡ଼ିଶାବାସୀ ଦେବେ। ସେହିପରି ପୁରୀ ସେବାୟତ ସେହି କାର୍ଯ୍ୟରେ ଯୋଗଦେବା ନେଇ ନିଜକୁ ପ୍ରଶ୍ନ ପଚାରିବାର ଥିଲା।

ସେହିପରି ସୁଆର ମହାସୁଆର ନିଯୋଗ ସମ୍ପାଦକ ନାରାୟଣ ମହାସୁଆର କହିଛନ୍ତି, ଏଭଳି କାର୍ଯ୍ୟ ନିମନ୍ତେ ଜଗନ୍ନାଥ ସଂସ୍କୃତିର ହାନି ହେଉଛି। ନିଯୋଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା କି କୌଣସି ସ୍ଥାନରେ ସୂପକାର ରୋଷେଇ କରିବେ ନାହିଁ। ତେବେ ଦୀଘାରେ ପ୍ରତିଷ୍ଠା ହୋଇଥିବା ଜଗନ୍ନାଥ ମନ୍ଦିରରେ ରୋଷେଇ ପାଇଁ କେତେଜଣ ସୂପକାର ଯାଉଥିବା ଖବର ମିଳିଥିଲା। ଫଳରେ ନିଯୋଗ ପକ୍ଷରୁ ବିରୋଧ କରାଯାଇ ନୋଟିସ୍‌ କରାଯାଇଥିଲା। ତେଣୁ କୌଣସି ସୂପକାର ବା କର୍ମଚାରୀ ସେଥିରେ ଯୋଗଦାନ କରିନାହାନ୍ତି। ତେଣୁ ସମସ୍ତଙ୍କୁ ଧନ୍ୟବାଦ। ଶ୍ରୀକ୍ଷେତ୍ର ଛଡ଼ା ଅନ୍ୟ କେଉଁଠୁ ବହ୍ମ ଆସିଲା ବୋଲି ମହାସୁଆର ପ୍ରଶ୍ନ କରିଛନ୍ତି। ସେହିପରି ବରିଷ୍ଠ ସେବାୟତ ସୋମନାଥ ଖୁଣ୍ଟିଆ କହିଛନ୍ତି, ଦୀଘା କେବେ ଧାମ ହୋଇପାରିବ ନାହିଁ, ଦୀଘା ଗୋଟିଏ ମନ୍ଦିର ଓ ପର୍ଯ୍ୟଟନସ୍ଥଳନୀ। ଯେଉଁମାନେ ସେଠାକୁ ଯାଇଥିଲେ, ସେମାନେ ତାଙ୍କର ବଡ଼ିମା ଦେଖାଇବା ପାଇଁ ଯାଇଥିଲେ। ବେପାର ଉଦେଶ୍ୟରେ ଯାଇଛନ୍ତି। ମମତା ବାନାର୍ଜୀ ବ୍ୟବସାୟ କରିବା ପାଇଁ ମନ୍ଦିର ନିର୍ମାଣ କରିଛନ୍ତି। ବ୍ରହ୍ମ ସଂସ୍ଥାପନ ଓ ଘଟ ପରିବର୍ତ୍ତନ ଆଦି କେବଳ ଶ୍ରୀମନ୍ଦିରରେ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri